www.samajalive.in
Tuesday, December 9, 2025
16.1 C
Bhubaneswar

ରାଇକିଆର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ  

ରାଇକିଆ : ଗୁରୁଙ୍କ ପାଇଁ ଦିନ ଟିଏ। ସେପ୍ଟେମ୍ବର ୫ରେ ଭାରତର ପୂର୍ବତନ ରାଷ୍ଟ୍ରପତି ଓ ମହାନ୍ ଶିକ୍ଷକ ଭାବେ ପରିଚିତ ଡ଼ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିନ।  ଏହି ଦିନକୁ ଗୁରୁଦିବସ ରୂପେ ପାଳନ କରାଯାଏ। ଏହି ଅବସରରେ ରାଇକିଆ ବିଜୟ ଉଚ୍ଚ ବିଦ୍ୟାଳୟ,ସେଣ୍ଟ୍ କ୍ୟାଥରିନା ବାଳିକା ବିଦ୍ୟାଳୟ, ଇଂରାଜୀ ମାଧ୍ୟମିକ ସ୍କୁଲ ସରକାରୀ ବାଳିକା ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ବେରେଡାକି ସେବାଶ୍ରମ,କସ୍ତୁରବା ଗାନ୍ଧୀ ବିଦ୍ୟାଳୟ,ଗୁରୁଦେବ ହାଇସ୍କୁଲ, ସୁଗଡବାଡି ବିଦ୍ୟାଳୟ ପରି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଗୁରୁଦିବସ ପାଳିତ ହୋଇଛି। ଡ଼ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫୋଟ ଚିତ୍ରରେ ଫୁଲମାଳ, ପ୍ରଦୀପ ପ୍ରଜ୍ବଳନ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।  ଛାତ୍ର ଛାତ୍ରୀଙ୍କ ପକ୍ଷରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଚନ୍ଦନ ଟିକା ଦେଇ ବନ୍ଦାପନା କରି ଆଶୀର୍ବାଦ ଭିକ୍ଷା କରିଥିଲେ ଏବଂ ତାଙ୍କୁ ବିଭିନ୍ନ ଉପହାର ପ୍ରଦାନ କରିଥିଲେ। ଛାତ୍ର ଛାତ୍ରୀଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories