www.samajalive.in
Thursday, December 11, 2025
26.1 C
Bhubaneswar

କୂଳ ଲଂଘିଲା ବୈତରଣୀ, ଆଖଣ୍ଡଳମଣି-କୁଆଖିଆ ଜାତୀୟ ରାଜପଥରେ ଚାଲିଲା ୨ ଫୁଟ ଉଚ୍ଚର ଵନ୍ୟାପାଣି

ଆରଡି: ଗତ ୪ଦିନ ହେବ ଵୈତରଣୀ ନଦୀର ଉପର ମୁଣ୍ଡରେ ଲଘୁଚାପ ଜନିତ ଲଗାଣ ଵର୍ଷା ଯୋଗୁ ନଦୀରେ ଜଳସ୍ତର ବୃଦ୍ଧି ପାଇବା ପରେ ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ଆରଡି ନିକଟ ଵୋଡକଠାରେ ବୈତରଣୀ ନଦୀ କୂଳ ଲଘିଂଵାରୁ ଆଖଣ୍ଡଳମଣି-କୁଆଖିଆ ୨୦ନମ୍ଵର ଜାତୀୟ ରାଜପଥ ଉପରେ ୨ଫୁଟ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ନଦୀ-ପଥ-କ୍ଷେତ ଏକାକାର ହୋଇଯାଇଛି। ଚାରିଆଡ ଜଳମଗ୍ନ ହୋଇପଡ଼ିଛି।

ରାସ୍ତାରେ ପାଣି ଚାଲିବାରୁ ଯାତାୟାତ ଠପ୍ ହୋଇଯାଇଛି। ଉଭୟ ପାର୍ଶ୍ବରେ ଗାଡି ଅଟକି ରହିଛି।   ବିଶେଷକରି ଆଗକୁ ପୂର୍ଣ୍ଣିମା ତିଥି ଥିବାରୁ ଧାମରାଠାରେ ସମୁଦ୍ର ଅଶାନ୍ତ ହୋଇପଡ଼ିବା ସହ ଉଚ୍ଚ ଜୁଆର ଆସୁଛି। ଫଳରେ ବନ୍ୟାପାଣି ନିଷ୍କାସନରେ ବାଧକ ସାଜିଛି। ଵନ୍ୟାପାଣି  ଗାଁ  ଦାଣ୍ଡ ଓ ଘରେ ପଶିଥିଵାରୁ ଵିପନ୍ନଙ୍କ ଅବସ୍ଥା ଦୁର୍ବିସହ ହୋଇପଡିଛି। ୪ଟି ପଞ୍ଚାୟତର ଶହଶହ ଏକର ଚାଷଜମି ଜଳମଗ୍ନ ହୋଇଥିବା ବେଳେ ଗୃହପାଳିତ ପଶୁ ଗାଁ ଦାଣ୍ଡ ଓ ନଦୀଵନ୍ଧରେ ଆଶ୍ରୟ ନେଇଛନ୍ତି। ଏପରିକି ଅନେକ ସ୍ଥାନରେ ନଦୀବନ୍ଧ ଦୁର୍ବଳ ରହିଥିଵାରୁ ସ୍ଥାନୀୟ ନଦୀକୂଳିଆ ଲୋକ ପାଳିକରି ଜଗି ରହୁଛନ୍ତି। ତାହା ସହ ମୁଆ ଘୋଷରାରେ ବନ୍ୟାପାଣି ଚାଲିବାରୁ ମୁଆ ଗାଁ ସହ ସନ୍ତରା, ସିଙ୍ଗିପୁର, ବାତୋଳ, ସାନଫଙ୍କି, ପାଲଟପୁର, ବାଙ୍କମୁଆ ଆଦି ୧୫ଟି ଗାଁ ବାହ୍ୟ ଜଗତରୁ ବିଛିନ୍ନ ହୋଇ ରହିଛି।

Hot this week

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

Related Articles

Popular Categories