www.samajalive.in
Saturday, December 13, 2025
23.1 C
Bhubaneswar

୮ ମାସ ଧରି ନିଖୋଜ ଥିଲେ, ପଥର ଖଣିରୁ ମିଳିଲା ଯୁବତୀଙ୍କ ମୃତଦେହ

ସମାଜ ଡିଜିଟାଲ ଡେସ୍କ: ଖଣି ପରିସରରୁ ଜବତ ହେଲା ଯୁବତୀଙ୍କ ଗଳିତ ମୃତଦେହ। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ କଳିଙ୍ଗମୁଣ୍ଡିଆରେ ଥିବା ଏକ ପଥର ଖଣି ପରିସରରୁ ଶୁକ୍ରବାର ଏହି ମୃତଦେହ ମିଳିଛି। ଯୁବତୀ ଜଣକ ଭରତପୁର ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି। ଗତ ଜାନୁୟାରୀ ସେ ନିଖୋଜ ହୋଇଯାଇଥିଲେ। ଏ ନେଇ ପରିବାର ଲୋକେ ଭରତପୁର ଥାନା​‌ରେ ଅଭିଯୋଗ କରିଥିଲେ। କିନ୍ତୁ ପୁଲିସ ଯୁବତୀଙ୍କ ପତ୍ତା ପାଇ ନ ଥିଲା। ୮ମାସ ପରେ ଯୁବତୀଙ୍କ ମୃତଦେହ ମିଳିବା ପରେ ପରିବାର ଲୋକେ ଦୁଃଖରେ ଭାଙ୍ଗିପଡ଼ିଛନ୍ତି। ଯୁବତୀଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।

Hot this week

କଲକାତାରେ ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories