www.samajalive.in
Monday, December 8, 2025
27.1 C
Bhubaneswar

ଟ୍ରମ୍ପଙ୍କ ବୟାନ ପରେ ଏମିତି ପ୍ରତିକ୍ରୟା ରଖିଲେ ମୋଦୀ . . .

ସମାଜ ଡିଜିଟାଲ ଡେସ୍କ: ଭାରତ ଓ ଆମେରିକା ମଧ୍ୟରେ ସମ୍ପର୍କ ଲଗାତାର ବିଗିଡିବାରେ ଲାଗିଛି । ଏହାରି ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିଜର ଭଲ ବନ୍ଧୁ ବୋଲି କହିଛନ୍ତି ଏବଂ ଏହା ମଧ୍ୟ କହିଛନ୍ତି ଯେ ଏହା ମନେ ହେଉଛି ଯେ ଆମେ ଭାରତ ଏବଂ ରୁଷକୁ ହରାଇ ଦେଇଛୁ । ତେବେ ଭାରତ, ରୁଷ ଓ ଚାଇନାର ବନ୍ଧୁତା ଦୀର୍ଘଜୀବି ଏବଂ ସମୃଦ୍ଧ ହେଉ ବୋଲି ଟ୍ରମ୍ପ କହିଛନ୍ତି । ଭାରତ-ଆମେରିକା ସମ୍ପର୍କ ଉପରେ ଟ୍ରମ୍ପଙ୍କ ବୟାନ ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ଦେଇଛନ୍ତି ।

ଏକ୍ସରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ‘ମୁଁ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ଆମ ସମ୍ପର୍କର ସକାରାତ୍ମକ ମୂଲ୍ୟାଙ୍କନକୁ ଗଭୀର ଭାବରେ ପ୍ରଶଂସା ଏବଂ ପୂର୍ଣ୍ଣ ସମର୍ଥନ କରୁଛି । ଭାରତ ଏବଂ ଆମେରିକା ମଧ୍ୟରେ ଏକ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂର ଦୃଷ୍ଟି ସମ୍ପନ୍ନ ବ୍ୟାପକ ଏବଂ ବିଶ୍ୱ ରଣନୈତିକ ସହଭାଗୀତା ରହିଛି ।

- Advertisement -

ପୂର୍ବରୁ ହ୍ୱାଇଟ୍‍ ହାଉସରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ-ଆମେରିକା ସମ୍ପର୍କ ଉପରେ କହିଥିଲେ ଯେ ମୁଁ ସବୁବେଳେ ମୋଦୀଙ୍କ ସହିତ ବନ୍ଧୁ ହୋଇ ରହିବି, ସେ ଜଣେ ମହାନ ପ୍ରଧାନମନ୍ତ୍ରୀ । ଭାରତ ଏବଂ ଆମେରିକା ମଧ୍ୟରେ ଏକ ବିଶେଷ ସମ୍ପର୍କ ରହିଛି । ଚିନ୍ତା କରିବାର କିଛି ନାହିଁ ।

 

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories