www.samajalive.in
Saturday, December 13, 2025
26.1 C
Bhubaneswar

ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ଇସ୍ତଫା

ସମାଜ ଡିଜିଟାଲ ଡେସ୍କ: ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ରବିବାର ଘୋଷଣା କରିଛନ୍ତି। ଶାସକ ଦଳ ଲିବେରାଲ ଡେମୋକ୍ରାଟିକ ପାର୍ଟି(ଏଲଡିପି)ରେ ସମ୍ଭାବ୍ୟ ବିଭାଜନକୁ ଟାଳିବା ଲାଗି ସେ ଏହି ପଦକ୍ଷେପ ନେଇଥିବା କହିଛନ୍ତି।

ଶାସକ ମେଣ୍ଟ ସରକାରକୁ ଗତ ଜୁଲାଇରେ ହୋଇଥିବା ନିର୍ବାଚନରେ ଉପର ସଦନରେ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। ଦୀର୍ଘ ଦିନ ଧରି ନେତୃତ୍ଵ ପରିବର୍ତ୍ତନ ପାଇଁ ଦଳ ଭିତରେ ଦାବି ହୋଇଆସୁଥିଲା। ଏହାକୁ ନେଇ ଦଳରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଥିଲା। ତେଣୁ ପ୍ରଧାନମନ୍ତ୍ରୀ ଦଳରେ ଏକତା ବଜାୟ ରଖିବା ଲାଗି ବାଧ୍ୟ ହୋଇ ଇସ୍ତଫା ଦେଇଥିବା କହିଛନ୍ତି।

- Advertisement -

ଉପର ସଦରେ ହୋଇଥିବା ନିର୍ବାଚନ ଫଳାଫଳ ପ୍ରଧାନମନ୍ତ୍ରୀଙ୍କ କ୍ଷମତାକୁ ଦୁର୍ବଳ କରିଦେଇଥିଲା। ତେବେ ସେ ଦଳର ମୁଖ୍ୟ ପଦବୀରେ ରହିବେ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ଗତ ଜୁଲାଇରେ ହୋଇଥିବା ନିର୍ବାଚନରେ ଏଲଡିପି ଏବଂ ତା’ର ସହଯୋଗୀ ଦଳ କୋମେଟୋକୁ ମୋଟ ୪୭ ଆସନ ମିଳିଥିଲା। ବହୁମତ ପାଇଁ ସର୍ବନିମ୍ନ ୫୦ ଆସନ ଆବଶ୍ୟକ ଥିଲା। ଉପର ସଦନରେ ମୋଟ ୨୪୮ ଆସନ ଥିବାବେଳେ ଜୁଲାଇ ନିର୍ବାଚନରେ ଅଧା ଆସନରେ ମତଦାନ ହୋଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories