www.samajalive.in
Friday, December 5, 2025
27.1 C
Bhubaneswar

୧୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି। ବିଶେଷ କରି ୧୧ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ ଏବଂ ୧୨ତାରିଖରେ ରାୟଗଡ଼ା ଓ କୋରାପୁଟ ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସମ୍ବନ୍ଧରେ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ପୁଣି ମୌସୁମୀ ନିମ୍ନଚାପରେଖା ବର୍ତ୍ତମାନ ଉତ୍ତର ଗୁଜରାଟ ଏବଂ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ରାଜସ୍ଥାନ ସହିତ ଓଡ଼ିଶାର ଗୋପାଳପୁର ଉପର ଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି। ଏଥିସହିତ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ସହିତ ଉତ୍ତର ଆନ୍ଧ୍ର ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି କିଛି ଘରୋଇ ପାଣିପାଗ ସଂସ୍ଥା ପୂର୍ବାନୁମାନ କରିଛନ୍ତି। ହେଲେ ପାଣିପାଗ ବିଭାଗ ଏ ସଂକ୍ରାନ୍ତରେ କିଛି ହେଲେ ସ୍ପଷ୍ଟ କରିନାହିଁ। ଯଦି ଲଘୁଚାପ ସୃଷ୍ଟି ହୁଏ ତେବେ ଆନ୍ଧ୍ରପ୍ରଦେଶ ଉପରେ ଅଧିକ ପ୍ରଭାବ ପଡ଼ିବ। କିନ୍ତୁ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

- Advertisement -

ଗତ ୨୪ଘଣ୍ଟା ମଧ୍ୟରେ ଢେଙ୍କାନାଳ, କନ୍ଧମାଳ, କଟକ, ଅନୁଗୋଳ, ବରଗଡ଼, କେନ୍ଦୁଝର, କଳାହାଣ୍ଡି, ଗଞ୍ଜାମ ଏବଂ ରାୟଗଡ଼ା ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଢେଙ୍କାନାଳର ଭୁବନରେ ସବୁଠୁ ଅଧିକ ୧୧୨ମି.ମି. ବର୍ଷା ହୋଇଥିବାବେଳେ ଗଁଦିଆରେ ୫୭ ଏବଂ କନ୍ଧମାଳର କୋଟଗଡ଼ରେ ୭୧ମି.ମି. ବର୍ଷା ହୋଇଛି। ଆଜି ଭୁବନେଶ୍ବର, ଗୋପାଳପୁର, ଭବାନୀପାଟଣା, ବଲାଙ୍ଗିର, କୋରାପୁଟ ଆଦି ଜିଲାଗୁଡ଼ିକରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଏବଂ ଘଣ୍ଟା ପ୍ରତି ଝଟକା ପବନ ୩୦ରୁ ୪୦କି.ମି. ବେଗରେ ବହିବା ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଜିଲାର କେତେକ ଅଞ୍ଚଳରେ ଘଣ୍ଟା ପ୍ରତି ଝଟକା ପବନର ବେଗ ୩୦ରୁ ୪୦କି.ମି. ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳମାନେ ସତର୍କ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories