www.samajalive.in
Wednesday, December 10, 2025
26.1 C
Bhubaneswar

୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖା ଦେଇଛି। ତାପମାତ୍ରା ହ୍ରାସ ପାଇବା ସହିତ ଅନେକ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି। ବୁଧବାର ରାତିରେ ଭୁବନେଶ୍ୱର କଟକ ସମେତ ଆଖପାଖ ଅନେକ ସ୍ଥାନରେ ଅସରାଏ ଦୁଇ ଅସରା ବର୍ଷା ହୋଇଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜର କପ୍ତିପଦାଠାରେ ସର୍ବାଧିକ ୫ ସେମି. ବର୍ଷା ରେକର୍ଡ କରାଯାଇଛି।
ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଳ୍ପ କେତେକ ସ୍ଥାନ ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷାର ସମ୍ଭାବନା ରହିଛି।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories