www.samajalive.in
Thursday, December 11, 2025
16.1 C
Bhubaneswar

ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ଇସ୍ତଫା: ଭାଙ୍ଗିଲା ସରକାର

ସମାଜ ଡିଜିଟାଲ ଡେସ୍କ: ଦେଶରେ ବ୍ୟାପକ ହିଂସାକାଣ୍ଡ ପରେ ଶେଷରେ କୌଣସି ଉପାୟ ନପାଇ ଇସ୍ତଫା ଦେଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି । ତାଙ୍କ ମନ୍ତ୍ରିମଣ୍ଡଳରେ ୯ଜଣ ମନ୍ତ୍ରୀ ମଧ୍ୟ ଇସ୍ତଫା ଦେଇଛନ୍ତି । ମନ୍ତ୍ରିମଣ୍ଡଳର କିଛି ସଦସ୍ୟ ଦେଶ ଛାଡି ପଳାଇଥିବା ସୂଚନା ମିଳିଛି ।

ସୋସିଆଲ ମିଡ଼ିଆ ଉପରେ ପ୍ରତିବନ୍ଧକ ହଟିବା ପରେ ବି ନେପାଳରେ ହିଂସା ଥମିନଥିଲା । ନେପାଳ ସରକାରଙ୍କ ୩ଜଣ ମନ୍ତ୍ରୀ ପ୍ରଥମେ ଇସ୍ତଫା ଦେଇଥିଲେ । ଆଜି ବି ରାଜଧାନୀ କାଠମାଣ୍ଡୁ ଜଳିଥିଲା । ନେପାଳ ସରକାର ଫେସବୁକ୍‍, ହ୍ୱାଟ୍ସଆପ୍‍, ଇନଷ୍ଟାଗ୍ରାମ ଭଳି ସୋସିଆଲ ମିଡ଼ିଆ ଆପ୍‍ ଉପରେ ରୋକ୍‍ ଲଗାଇବାରୁ ଏହାକୁ ବିରୋଧ କରି ପ୍ରତିବାଦ କରିଥିଲେ ଯୁବପୀଢି । ଏହାସହିତ ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ବିକ୍ଷୋଭ କରିଥିଲେ । ପ୍ରତିବାଦ ଏତେ ହିଂସାତ୍ମକ ହୋଇଗଲା ଯେ ପୁଲିସକୁ ଲୁହ ବୁହା ଗ୍ୟାସ୍‍ ସେଲ୍‍ ଫୁଟାଇବାକୁ ପଡିଥିଲା । ଆଜି ମଧ୍ୟ ବହୁ ସଂଖ୍ୟକ ପ୍ରଦର୍ଶନକାରୀ ରାସ୍ତାକୁ ଓହ୍ଲାଇ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ଇସ୍ଥଫା ଦାବି କରିଥିଲେ ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories