www.samajalive.in
Sunday, December 14, 2025
26.1 C
Bhubaneswar

ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲଙ୍କ ଇସ୍ତଫା

ସମାଜ ଡିଜିଟାଲ ଡେସ୍କ: ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫା ପରେ ବି ଦେଶର ମାହୋଲ ଶାନ୍ତ ନ ପଡ଼ିବାରୁ ଶେଷରେ ରାଷ୍ଟ୍ରପତି ପଉଡେଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫଳରେ ବର୍ତ୍ତମାନ ଦେଶର ସେନା ମୁଖ୍ୟଙ୍କ ହାତକୁ କ୍ଷମତା ହସ୍ତାନ୍ତର ହୋଇପାରେ। ନୂଆ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ନିର୍ବାଚିତ ହେବା ପର୍ଯ୍ୟନ୍ତ ସେନା ମୁଖ୍ୟ କ୍ଷମତାରେ ରହିବେ ବୋଲି କୁହାଯାଉଛି।

ସୂଚନାଯୋଗ୍ୟ, ନେପାଳ ସରକାର ଫେସବୁକ, ୟୁଟ୍ୟୁବ, ଇନଷ୍ଟାଗ୍ରାମ, ହ୍ବାଟ୍ସଆପ ସମେତ ୨୬ଟି ସାମାଜିକ ଗଣମାଧ୍ୟମ ଆପ୍‌କୁ ନିଷିଦ୍ଧ ଘୋଷଣା କରିବା ପରେ ଦେଶରେ ହିଂସା ସୃଷ୍ଟି ହୋଇଛି। ସରକାର ହିଂସାକୁ ଦମନ କରିବା ଲାଗି ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଯାହାଫଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୦ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିଲା। ୪୦୦ରୁ ଅଧିକ ଲୋକ ଆହତ ହୋଇଥି​ଲେ। ଯାହାକୁ ନେଇ ଆନ୍ଦୋଳନ ତୀବ୍ର ହୋଇଥିଲା ଏବଂ ବାଧ୍ୟହୋଇ ପ୍ରଧାନମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ପଡ଼ିଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories