www.samajalive.in
Friday, December 5, 2025
27.1 C
Bhubaneswar

ନିଜକୁ ଜାଳିଦେଲେ ଯୁବକ: ୮୦ପ୍ରତିଶତ ପୋଡିଥିବା ସୂଚନା 

ସମାଜ ଡିଜିଟାଲ ଡେସ୍କ:  ପୁଣି ଜଣେ ଯୁବକ ନିଜକୁ ଜାଳି ଦେଇଛନ୍ତି । ସଙ୍କଟାପନ୍ନ ଅବସ୍ଥାରେ ଯୁବକଙ୍କୁ ଏମକେସିଜିରୁ କଟକ ଏସ୍‍ସିବିକୁ ସ୍ଥାନାନ୍ତର କରାଯାଇଛି । ଘଟଣା ଘଟିଛି ବ୍ରହ୍ମପୁର ବଡବଜାର ଥାନା ମେଣ୍ଟୁ ଛକରେ । ଯୁବକଙ୍କ ଶରୀରର ୮୦ପ୍ରତିଶତ ପୋଡି ଯାଇଥିବା ସୂଚନା ମିଳିଛି । ତେବେ ଯୁବକ ଜଣଙ୍କ ଏଭଳି ଚରମ ନିଷ୍ପତ୍ତି କାହିଁକି ନେଇଛନ୍ତି ତାହାର ପ୍ରକୃତ କାରଣ ଜଣାପଡିନାହିଁ । ହେଲେ ଯୁବକ ନିଜ ଦେହରେ ନିଆଁ ଲଗାଇବା ପୂର୍ବରୁ ଇନଷ୍ଟାଗ୍ରାମରେ ଏକ ମେସେଜ ପୋଷ୍ଟ କରି ସେୟାର କରିଛନ୍ତି । ଏଥିରେ ସେ ଲେଖିଛନ୍ତି ଯେ ‘ମୋର କିଛି ହେଲେ କାହାର ଦୋଷ ନାହିଁ । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

ସୂଚନାପ୍ରକାରେ, ପୁରୁଣା ବ୍ରହ୍ମପୁର ରାଧାକୃଷ୍ଣ ସାହିର ସୁରଜ ସାହୁ(୨୧) ବୁଧବାର ରାତି ୯ଟା ବେଳେ ମେଣ୍ଟୁ ଛକକୁ ଆସି ହଠାତ୍‌ ନିଜ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ ା ଛକ ଉପରେ ସେ ଜଳୁଥିବା ଦେଖି ସେଠାରେ ଉପସ୍ଥିତ ଲୋକେ ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ା ନିଆଁ ଲିଭିବା ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଏମକେସିଜି ମେଡିକାଲକୁ ନିଆଯାଇଥିଲା। ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ସୁରଜଙ୍କ ଶରୀର ଶତକଡା ୮୦ ଭାଗ ପୋଡି ଯାଇଛି। ତେବେ ସେ କେଉଁ କାରଣରୁ ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ ହୋଇ ପାରିନାହିଁ ା ବଡବଜାର ଥାନା  ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories