www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି

ପୁରୀ: ଆଶ୍ୱିନ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ (ସେପ୍ଟେମ୍ବର ୧୧)ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତି ୧୦.ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରଙ୍କ ଶ୍ରୀମୁଖ ସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories