www.samajalive.in
Friday, December 5, 2025
26.1 C
Bhubaneswar

ବିଜେଡି ସଠିକ୍‍ ଭାବେ ନଚାଲିଲେ ଦଳ ଛାଡିବି-ପ୍ରଫୁଲ୍ଲ

ସମାଜ ଡିଜିଟାଲ ଡେସ୍କ: ବିଜେଡି ପରିଚାଳନାକୁ ନେଇ ମୁହଁ ଖୋଲିଛନ୍ତି ଆଉ ଜଣେ ଟାଣୁଆ ନେତା । ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଆଜି ମୁହଁ ଖୋଲି କହିଛନ୍ତି ଯେ ଆଗକୁ ଯଦି ଦଳ ଠିକ୍‍ ଭାବେ ନଚାଲେ ତାହେଲେ ଦଳଠୁ ଦୂରେଇ ଯିବି । ମୁଁ ଏବେ ବିଜେଡିରେ ଅଛି, କିନ୍ତୁ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେଉନି । ବିଜେଡି ସଠିକ୍‍ ଭାବେ ବିରୋଧୀ ଦଳ ଭୂମିକା ନିର୍ବାହ କରୁନାହିଁ । ପୂର୍ବ ବିଚାରଧାରାରେ ଦଳ ନାହିଁ । ଦଳକୁ ସଂଗଠିତ କରିବାକୁ ପିଏସି, ଶୃଙ୍ଖଳା କମିଟି ପାଇଁ କହିଥିଲୁ, ଯାହାକି ହୋଇଛି କିନ୍ତୁ ଅନ୍ୟ ପ୍ରସ୍ତାବଗୁଡିକ ଦଳରେ ଗ୍ରହଣ କରାଯାଇନାହିଁ । ମୋ ସହିତ କେହି ଆଲୋଚନା କରି ନାହାନ୍ତି କି ମୁଁ କାହାକୁ ଭେଟିନି । ଏହାସହିତ ସେ କହିଛନ୍ତି ଯେ ନୂଆ ବିଜେଡି ଦଳ ଗଠନ ସମୟ ନୁହେଁ, ପୁରୁଣାକୁ ସଠିକ୍‍ ପରିଚାଳନା ଦରକାର ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories