www.samajalive.in
Saturday, December 13, 2025
23.1 C
Bhubaneswar

ବିଜେଡିରୁ ପ୍ରଫୁଲ୍ଲ ମଲ୍ଲିକ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ବିଜେଡି ଦଳରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା ଟାଣୁଆ ନେତା ପ୍ରଫୁଲ୍ଲ ମଲ୍ଲିକ । ଦଳର ଉପସଭାପତି ପ୍ରତାପ ଜେନା ତାଙ୍କୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବନ ନେଇ ପ୍ରେସ୍‍ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

ତେବେ ଇସ୍ତଫା ପରେ ପ୍ରତିକ୍ରିୟା ଦେଇ ପ୍ରଫୁଲ୍ଲ କହିଛନ୍ତି ଯେ ମୁଁ ଇସ୍ତଫା ଦେବା ପରେ ମୋତେ ସସ୍‍ପେଣ୍ଡ କରାଯାଇଛି । ଦଳକୁ ସୁରକ୍ଷିତ ଭାବେ ରଖିବା ପାଇଁ ଆକ୍ସନ୍‍ ନେଇଥାଇପାରନ୍ତି । ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ଜଣାଇଥିଲି । ଆଗକୁ ଚାଷୀ ଓ ଶ୍ରମିକଙ୍କ ପାଇଁ ସ୍ୱେଚ୍ଛାସେବୀ ଭାବେ କାମ କରିବେ ବୋଲି କୁହାଯାଉଛି । ଏବେ କେଉଁ ଦଳକୁ ଯିବା ପାଇଁ ମନ ସ୍ଥିର କରିନାହିଁ ବୋଲି ପ୍ରଫୁଲ୍ଲ କହିଛନ୍ତି ।

- Advertisement -

ସୂଚନା ଅନୁସାରେ ଗୁରୁବାର ଦିନ ବିଜେଡି ପରିଚାଳନା ନେଇ ମୁହଁ ଖୋଲିଥିଲେ ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ । ସେ କହିଥିଲେ ଯେ ଆଗକୁ ଯଦି ଦଳ ଠିକ୍‍ ଭାବେ ନଚାଲେ ତାହେଲେ ଦଳଠୁ ଦୂରେଇ ଯିବି । ମୁଁ ଏବେ ବିଜେଡିରେ ଅଛି, କିନ୍ତୁ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେଉନି । ବିଜେଡି ସଠିକ୍‍ ଭାବେ ବିରୋଧୀ ଦଳ ଭୂମିକା ନିର୍ବାହ କରୁନାହିଁ । ପୂର୍ବ ବିଚାରଧାରାରେ ଦଳ ଚାଲୁନାହିଁ । ଦଳକୁ ସଂଗଠିତ କରିବାକୁ ପିଏସି, ଶୃଙ୍ଖଳା କମିଟି ପାଇଁ କହିଥିଲୁ, ଯାହାକି ହୋଇଛି କିନ୍ତୁ ଅନ୍ୟ ପ୍ରସ୍ତାବଗୁଡିକ ଦଳରେ ଗ୍ରହଣ କରାଯାଇନାହିଁ । ମୋ ସହିତ କେହି ଆଲୋଚନା କରି ନାହାନ୍ତି କି ମୁଁ କାହାକୁ ଭେଟିନି । ଏହାସହିତ ସେ କହିଛନ୍ତି ଯେ ନୂଆ ବିଜେଡି ଦଳ ଗଠନ ସମୟ ନୁହେଁ, ପୁରୁଣାକୁ ସଠିକ୍‍ ପରିଚାଳନା ଦରକାର ।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories