www.samajalive.in
Thursday, December 11, 2025
18.1 C
Bhubaneswar

ଲଘୁଚାପ: ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାୟଗଡ଼ା, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଏବଂ ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ ଏବଂ ରାୟଗଡ଼ା ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories