www.samajalive.in
Tuesday, December 9, 2025
16.1 C
Bhubaneswar

ଏଟିଏମ୍ ଭାଙ୍ଗି ଚୋରି ଉଦ୍ୟମ

ଲାଞ୍ଜିଗଡ଼: କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବା ଏଟିଏମ୍ ଭାଙ୍ଗି ଚୋରି ଉଦ୍ୟମ ଫେଲ ମାରିଛି। ଏଭଳି ଏକ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ଠାରେ। ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡ ପରିସରରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାର ଏଟିଏମ ପ୍ରଥମେ ସଟର ଭାଙ୍ଗି ସେଥିରେ ସଫଳ ନହେବାରୁ ଉପରେ ଥିବା କାଚ କବାଟ ଭାଙ୍ଗି ଭିତରେ ପଶିବା ସହିତ ଏଟିଏମ୍ ତାଡ଼ି ଚୋରି ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କମ୍ପାନୀକୁ ଲାଗି ରହିଥିବା ଏହି ବ୍ୟାଙ୍କ ଶାଖା ଓ ଏଟିଏମ୍ ନିକଟରେ ଦିନରାତି ଭିଡ଼ ଓ କମ୍ପାନୀର କଡ଼ା ସୁରକ୍ଷା ବ୍ୟବସ୍ଥା ରହିଛି। କିନ୍ତୁ ଏହାସତ୍ୱେ ଜଣେ ଚୋର ରେନକୋର୍ଟ ଓ ମୁହଁରେ ମାସ୍କ ପିନ୍ଧି ଏଟିଏମ୍ ଭିତରକୁ ପଶି ଚୋରି ଉଦ୍ୟମ କରିବା ସିସିଟିଭିରେ କଏଦ ହୋଇଛି।
ଏ ସମ୍ପର୍କରେ ଖବର ପାଇ ବଡ଼ିଭୋରରୁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ସାତିଶ କୁମାର ମହାଖୁଡ ଓ ବ୍ୟାଙ୍କ ଷ୍ଟାଫ, କେସିଙ୍ଗା ଉପଖଣ୍ଡ ପୁଲିସ ଅଧିକାରୀ ସନ୍ଦୀପ ମାଝୀ, ଲାଞ୍ଜିଗଡ଼ ଥାନାଧିକାରୀ ଯଶୋବନ୍ତ କୁମାର ହିଆଲଙ୍କ ନେତୃତ୍ୱରେ ପୁଲିସ ପହଞ୍ଚି ସିସିଟିଭି ଯାଞ୍ଚ ସହିତ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ବ୍ୟାଙ୍କ ଶାଖା ପକ୍ଷରୁ ଏଟିଏମ୍ ରେ କୌଣସି ନିଜସ୍ୱ ସୁରକ୍ଷା କର୍ମଚାରୀ ନଥିବାବେଳେ ବେଦାନ୍ତ କମ୍ପାନୀର କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବା ଏହି ଏଟିଏମ୍ ରେ ଚୋରି ଉଦ୍ୟମ ସାଧାରଣ ଲୋକଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି।

୯ ପିଲାଙ୍କ ୫୨ ବର୍ଷୀୟ ମାଆ ୩୨ ବର୍ଷୀୟ ପ୍ରେମିକ ସହ ଫେରାର୍‌, ଧରାପଡିବା ପରେ କହିଲେ..

Hot this week

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

Related Articles

Popular Categories