www.samajalive.in
Saturday, December 6, 2025
16.1 C
Bhubaneswar

ପଢାଉଥିବାବେଳେ ଟଳିପଡିଲେ ଶିକ୍ଷକ

କୋରାପୁଟ : କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ କୁମ୍ଭାରିପୁଟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ପାଠ ପଢାଉଥିବାବେଳେ ଜଣେ ଶିକ୍ଷକ ସ୍କୁଲରେ ଟଳିପଡିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ମଧ୍ୟାହ୍ନ ସମୟରେ ଶିକ୍ଷକ ଅଭିରାମ ମାଣ୍ଡିଙ୍ଗି ଛାତ୍ରଛାତ୍ରୀ ମାନଙ୍କୁ ପାଠ ପଢାଇବା ଲାଗି ସ୍କୁଲକୁ ଆସୁଥିଲେ। ଏତିକିବେଳେ ହଠାତ୍ ତାଙ୍କର ପେଟ ବ୍ୟଥା ସହ ଛାତିରେ ଯନ୍ତ୍ରଣା ହୋଇଥିଲା। ସଙ୍ଗେ ସଙ୍ଗେ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ। ତୁରନ୍ତ ଅଭିରାମଙ୍କୁ ଉଦ୍ଧାର କରି ବନ୍ଧୁଗାଁ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଅଭିରାମ ରାୟଗଡା ଜିଲ୍ଲା କଳନରା ବ୍ଲକ ସିନ୍ଦୁବାଇ ଗାଁର ହୋଇଥିବା ଜଣାପଡିଛି। ଆଜିକୁ ୩ ମାସ ହେବ ସେ ଅତିଥି ଗଣିତ ଶିକ୍ଷକ ଭାବେ ନିଯୁକ୍ତି ପାଇ ଶିକ୍ଷାଦାନ କରି ଆସୁଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories