www.samajalive.in
Sunday, December 7, 2025
14.1 C
Bhubaneswar

୨୦ ବେଳକୁ ଆଉ ଏକ ଲଘୁଚାପ !

ଭୁବନେଶ୍ବର : ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସେପ୍ଟେମ୍ବର ୧୫ରୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ କରିବ। ପଶ୍ଚିମ ରାଜସ୍ଥାନ ଅଞ୍ଚଳରୁ ମୌସୁମୀ ବାୟୁ ଫେରିଯିବା ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ୨୦୨୪ରେ ମୌସୁମୀ ବାୟୁ ସେପ୍ଟେମ୍ବର ୧୭ରୁ ଦେଶ ଛାଡ଼ିଥିଲା। ଅକ୍ଟୋବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ ଦେଶ ଛାଡ଼ି ଦେଇଥିଲା। ଚଳିତ ବର୍ଷ ମୌସୁମୀ ବାୟୁ ମେ’ ୨୪ରେ କେରଳ ଛୁଇଁଥିଲା। ଏହାର ସ୍ବାଭାବିକ ତାରିଖ ଜୁନ୍‌ ପହିଲା ରହିଛି, ଅର୍ଥାତ ଗୋଟିଏ ସପ୍ତାହ ଆଗୁଆ ମୌସୁମୀ ବାୟୁ ଆସିଥିଲା ଏବଂ ଗତବର୍ଷ ଅପେକ୍ଷା ଦୁଇଦିନ ଆଗୁଆ ଦେଶ ଛାଡୁଥିବା ଜଣାପଡ଼ିଛି। ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ଦୁଇଦିନରେ ଦକ୍ଷିଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଆଡ଼କୁ ମୁହାଁଇବ। ଲଘୁଚାପ ପ୍ରଭାବରେ ଭୁବନେଶ୍ବର, କଟକ, ପୁରୀ, ତାଳଚେର, ମାଲକାନଗିରି, ରାୟଗଡ଼ା, ଭଦ୍ରକ ଆଦି ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବଜ୍ରପାତ ପାଇଁ ସତର୍କତା ଜାରି ହୋଇଛି। ଅନ୍ୟପଟେ ୨୦ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories