www.samajalive.in
Sunday, December 14, 2025
19.1 C
Bhubaneswar

ଝାଡ଼ାବାନ୍ତିରେ ୧୩ ଛାତ୍ରୀ ଅସୁସ୍ଥ

ଜୟପୁର: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅନ୍ତର୍ଗତ ଭେଜାହାଣ୍ଡି ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ନିବାସରେ ଝାଡ଼ାବାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀ ନିବାସରେ ରହୁଥିବା ୧୩ ଛାତ୍ରୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଛାତ୍ରୀମାନଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି। କିଛିଦିନ ତଳେ ବି ଛାତ୍ରୀମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ପୁନର୍ବାର ସମାନ ଘଟଣା ଘଟିଥିବାରୁ ଏହା ଚିନ୍ତାର ବିଷୟ ପାଲଟିଛି। କ’ଣ ପାଇଁ ବାରମ୍ବାର ଝାଡ଼ାବାନ୍ତି ଦେଖାଦେଉଛି ତାହା ଜାଣିବା ଲାଗି ସ୍ଵାସ୍ଥ୍ୟ ଅଧିକାରୀଙ୍କ ଦ୍ଵାରା ଜଳର ଗୁଣବତ୍ତା ଏବଂ ସ୍କୁଲ ପକ୍ଷରୁ ଯୋଗାଇ ଦିଆଯାଉଥିବା ଖାଦ୍ୟର ମାନ ପରୀକ୍ଷା କରାଯାଉଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories