www.samajalive.in
Sunday, December 7, 2025
18.1 C
Bhubaneswar

ନାଗରିକଙ୍କୁ ଅଧିକରୁ ଅଧିକ ସୁବିଧା ଦେବା ଆମର ଲକ୍ଷ୍ୟ : ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ରବିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସମ୍ବଲପୁର ଜିଲା ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ “ସମୃଦ୍ଧ ଗାଁ, ସମୃଦ୍ଧ ସମ୍ବଲପୁର” ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମ୍ବଲପୁରର ଗ୍ରାମାଞ୍ଚଳରେ ନାଗରିକଙ୍କ ମୌଳିକ ସୁବିଧାକୁ ଗୁରୁତ୍ୱ, ସ୍ୱଚ୍ଛତା, ପାନୀୟ ଜଳ,ଜୀବନ ଜୀବିକାକୁ ଗୁରୁତ୍ୱ, ପ୍ରଶାସନିକ ସଂସ୍କାର ତଥା ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ ଉପରେ ଆଲୋଚନା ହୋଇଥିଲା । ମନରେଗା ଯୋଜନାରେ ଶ୍ରମିକମାନଙ୍କୁ ସଶକ୍ତ କରିବା, ପିଏମ ସ୍ୱନିଧି ଯୋଜନାରେ କ୍ଷୁଦ୍ର ବ୍ୟବସାୟୀଙ୍କୁ ଆତ୍ମନିର୍ଭର କରିବା, ଏସଏଚଜି ସଂଗଠନର ମାଁ ଭଉଣୀ ମାନଙ୍କ ଆର୍ଥିକ କାର‌୍ୟ୍ୟକୁ ସୁବ୍ୟବସ୍ଥିତ ସହ ସ୍ୱାବଲମ୍ବୀ କରିବା ଆଦି ବିଭିନ୍ନ ବିଷୟରେ
ଗୁରୁତ୍ୱାରୋପ କରାଯାଇଥିଲା ।

ଶ୍ରୀ ପ୍ରଧାନ କହିଛନ୍ତି ଯେ, ଭାରତ ସରକାର ଓ ରାଜ୍ୟ ସରକାରଙ୍କ ପାଖରେ ଯୋଜନାର ଅଭାବ ନାହିଁ । ଅନେକ ବିଭାଗ, ନୀତି ଓ କାର‌୍ୟ୍ୟକ୍ରମ କ୍ରିୟାନ୍ୱୟନ ହେଉଛି । ଆମର ମୂଳ ଲକ୍ଷ୍ୟ ହେଉଛି, ନାଗରିକଙ୍କୁ ଅଧିକରୁ ଅଧିକ ସୁବିଧା ଦେବା । ସମ୍ବଲପୁରରେ ଥିବା ସମ୍ଭାବନା, ଭିତ୍ତିଭୂମି, ଉତ୍ପାଦନ ଓ ବଜାରକୁ ଦୃଷ୍ଟିରେ ରଖି ସମ୍ବଲପୁରୀ ବ୍ରାଣ୍ଡକୁ ଆଗକୁ ନେବା ଆମର ଲକ୍ଷ୍ୟ । ଏହି ବୈଠକରେ ରାଜ୍ୟ ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଏବଂ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସଚିନ ରାମଚନ୍ଦ୍ର ଜାଧବ, ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଆଇଜି ହିଂମାଶୁ ଲାଲ୍, ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ୱର ବଳିରାମ୍ ବୋନ୍ଦର, ଜିଲା ପୁଲିସ
ଆରକ୍ଷୀ ଅଧିକ୍ଷକ ମୁକେଶ ଭାମୁ, ସମ୍ବଲପୁର ମହାନଗର ନିଗମ ର ଆୟୁକ୍ତ ରେହାନ କ୍ଷେତ୍ରି, ଆଇଏଏସ ପ୍ରୋବେସନର ଶୁଭ୍ରା ପଣ୍ଡା, ପୂର୍ବତନ ବିଧାୟକ ନାଉରୀ ନାୟକଙ୍କ ସହ ସମ୍ବଲପୁର ଜିଲା ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇଥିଲେ ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories