www.samajalive.in
Sunday, December 7, 2025
23.1 C
Bhubaneswar

ସୁଶୀଳାଙ୍କ କ୍ୟାବିନେଟରେ ୩ ନୂଆ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ନେପାଳର ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କି ଦେଶର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ନିଜ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ସୁଶୀଳା ନିଜ କ୍ୟାବିନେଟରେ ୩ ନୂଆ ମନ୍ତ୍ରୀଙ୍କୁ ସାମିଲ କରିଛନ୍ତି। ସୋମବାର ଏକ କାର୍ଯ୍ୟକ୍ରମରେ ଏହି ୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଛନ୍ତି।

ତେବେ​‌ ସୁଶୀଳାଙ୍କ କ୍ୟାବିନେଟରେ ସାମିଲ ହୋଇଥିବା ମନ୍ତ୍ରୀମାନଙ୍କ ମଧ୍ୟରେ ରହିଛନ୍ତି କୁଲମାନ ଘିସିଂ। କୁଲମାନ ହେଉଛନ୍ତି ସେହି ବ୍ୟକ୍ତି ଯାହାଙ୍କୁ ଜେନ-ଜେଡ୍‌ର ଗୋଟିଏ ଗୋଷ୍ଠୀ ପ୍ରଧାନମନ୍ତ୍ରୀ କରିବାକୁ ଦାବି କରିଥିଲା। ସେ ପ୍ରଧାନମନ୍ତ୍ରୀ ରେସରେ ବି ରହିଥିଲେ। କିନ୍ତୁ ରାଷ୍ଟ୍ରପତି ଏବଂ ସେନାମୁଖ୍ୟଙ୍କ ଆଲୋଚନା ପରେ ସୁଶୀଳାଙ୍କୁ ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଥିଲା।

- Advertisement -

କୁଲମାନଙ୍କ ବ୍ୟତୀତ ଅନ୍ୟ ଦୁଇ ଜଣ ମନ୍ତ୍ରୀ ହେଲେ ଓମ ପ୍ରକାଶ ଆରିୟଲ ଏବଂ ରାମେଶ୍ଵର ଖନାଲ। ଆରିୟଲ ଦୁର୍ନୀତି ବିରୋଧରେ କାର୍ଯ୍ୟ ପାଇଁ ବେଶ ଜଣାଶୁଣା। ଏହାବ୍ୟତୀତ ଶାସନ ପରିଚାଳନା ଏବଂ ମାନବାଧିକାର କ୍ଷେତ୍ରରେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଗୃହ, ଆଇନ, ନ୍ୟାୟ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପୋର୍ଟଫୋଲିଓ ପ୍ରଦାନ କରାଯାଇଛି। ରାମେଶ୍ଵର ଜଣେ ପ୍ରଖ୍ୟାତ ଅର୍ଥନୀତିଜ୍ଞ। ତାଙ୍କୁ ଅର୍ଥ ମନ୍ତ୍ରଣାଳୟ ମିଳିଛି।

ସେହିପରି କୁଲମାନଙ୍କୁ ଶକ୍ତି, ଭିତ୍ତିଭୂମି, ପରିବହନ ଏବଂ ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟ ଦିଆଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories