www.samajalive.in
Friday, December 5, 2025
26.1 C
Bhubaneswar

ମଙ୍ଗଳବାର ରାଶିଫଳ: ଏହି ରାଶି ପାଇଁ ଅତ୍ୟନ୍ତ ଶୁଭଦାୟକ

ମେଷ: ବନ୍ଧୁ ଓ ଭାତୃବର୍ଗଙ୍କ ସହାୟତା ପାଇ ଶତ୍ରୁ ବିନାଶ କରିବା ସହିତ ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଧନଲାଭ ସହିତ ପାରିବାରିକ ସୁଖ ମିଳିବ।

ବୃଷ: ବିଦ୍ୟାର୍ଥୀମାନେ ପ୍ରବେଶିକା ପରୀକ୍ଷା ପାଇଁ ଅଧ୍ୟୟନରତ ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭପ୍ରଦ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ରୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

- Advertisement -

ମିଥୁନ: ପରିଶ୍ରମ କଷ୍ଟଦାୟକ ହୋଇପାରେ; ମାତ୍ର ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସାମର୍ଥ୍ୟର ପରିପ୍ରକାଶ ଘଟାଇ ପାରନ୍ତି।

କର୍କଟ: ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ଦେବ ଦର୍ଶନର ସୁଯୋଗ ଅଛି। ଅଶାନ୍ତି ଦୂର ହେବ। ସରକାରୀସ୍ତରରୁ ଲାଭବାନ୍ ହୋଇପାରନ୍ତି। ପରିଶ୍ରମର ମୂଲ୍ୟାଙ୍କନ ହେବ। ନୂତନ ଆଶା ଫଳବତୀ ହୋଇପାରେ।

ସିଂହ: ବିବିଧ ଉପାୟରେ ଧନ ଅର୍ଜନ କରିପାରନ୍ତି। ଅନ୍ୟାୟସରେ କାର୍ଯ୍ୟ ହାସଲ କରିବାରେ ପାରଙ୍ଗମ ହେବେ। କେତେକ କ୍ଷେତ୍ରରେ ଅବରୋଧର ସମ୍ମୁଖୀନ ହୋଇପାରନ୍ତି। ଅତି ସୁଖୀ ଓ କୀର୍ତ୍ତିମାନ ହେବେ।

କନ୍ୟା: ଆୟ ଆଶାନୁରୂପ ହୋଇପାରେ। ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉନ୍ନତମାନର ହେବ। ସୁଖ-ସମ୍ମାନ ମିଳିବାର ଲାଭ ରହିଛି।

ତୁଳା: ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଅଯଥା ବିତର୍କରେ ଭାଗ ନନେଇ ନିରବ ଦର୍ଶକ ସାଜିପାରନ୍ତି। ମଧୁର କଥାରେ ପରଙ୍କୁ ଆପଣାର କରିବାରେ ସକ୍ଷମ ହେବେ। ଖର୍ଚ୍ଚାନ୍ତ ଯୋଗ ଅଛି।

ବିଛା: ଜ୍ଞାନ ଯଶସୂ ହେବ। ସତ୍‌ କର୍ମରେ ନିଜକୁ ନିୟୋଜିତ କରିବେ। ଚେଷ୍ଟା ଶୁଭପ୍ରଦ ହେବ। କୌଶଳରେ କାର୍ଯ୍ୟ ହାସଲ କରିପାରନ୍ତି। ସମ୍ମାନିତ ହୋଇପାରନ୍ତି। ସରକାରୀ ଓ ବେସରକାରୀ ସୂତ୍ରରୁ ଅର୍ଥ ମିଳିବ।

ଧନୁ: କର୍ମକ୍ଷେତ୍ରରୁ ସଫଳତା ମିଳିବ। ବିବାଦୀୟ ଘଟଣାରେ ନିୟୋଜିତ ହେବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ମନ ପ୍ରସନ୍ନ ରହିବ। ଭ୍ରମଣ ସୁଖ ମିଳବ। କର୍ମ ଚଞ୍ଚଳ ହେବେ।

ମକର: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାଶୀଳ ହେବେ ଓ ତା’ର ସଦ୍‌ବ୍ୟବହାର କରି ଲୋକପ୍ରିୟ ହେବେ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଧର୍ମ କାର୍ଯ୍ୟରେ ନିୟୋଜିତ ହେବେ।

କୁମ୍ଭ: ଆଜି ଉପୁଜିଥିବା ବିପଦଜନକ ପରିସ୍ଥିତିକୁ ଡରିଲେ ସେ ଡରାଇବ ମାତ୍ର ତା’ର ମୁକାବିଲା କଲେ ସେ ଲୁଚିଯିବ। ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ବିପଦର ମୁକାବିଲା କରିପାରନ୍ତି। ଜଳଯାତ୍ରା ମନା।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହୋଇ ଆନନ୍ଦ ଉପଭୋଗ କରିବେ। ବନ୍ଧୁ ସୁଖ ମିଳିବ। ମନସ୍କାମନା ପୂରଣ ହେବ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories