www.samajalive.in
Wednesday, December 10, 2025
17.1 C
Bhubaneswar

ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ

କଟକ : ଓଲିଉଡ୍ ର ଲୋକପ୍ରିୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ଦେଖାଦେଇଛି। ଦୀର୍ଘ ଦିନ ହେବ ସେ ଥଣ୍ଡା ଏବଂ ଜ୍ବରରେ ପୀଡିତ ଅଛନ୍ତି। ଆଜି ଅଧିକ ଅସୁସ୍ଥ ହେବାରୁ ତାଙ୍କୁ କଟକ ସିଡିଏର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ୍ ବୁଦ୍ଧଦିତ୍ୟଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ତେବେ ବୁଦ୍ଧାଦିତ୍ୟଙ୍କ ଅସୁସ୍ଥତା ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକମାନେ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ବୁଦ୍ଧାଦିତ୍ୟ ମହାନ୍ତି କେବଳ ଓଲିଉଡ୍ ନୁହେଁ ବଲିଉଡ୍ ରେ ମଧ୍ୟ ବହୁ ହିନ୍ଦୀ ସିରିଅଲ୍‌ ରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଛନ୍ତି।  ସେ ପ୍ରଥମେ ଏକ ହିନ୍ଦୀ ସିରିୟଲରେ ଅଭିନୟ କରିଥିଲେ । ଏହାପରେ ଓଡିଆ ସୋ ‘ସାଧବ ବୋହୂ’ ଜରିଆରେ ଘରେ ଘରେ ପରିଚିତ ହୋଇପାରିଥିଲେ।  ‘ନନ୍ଦିନୀ ଆଇ ଲଭ୍‌ ୟୁ’, ‌‘ପ୍ରେମ ରୋଗୀ’, ‘ପ‌ାଗଳ କରିଛି ପାଉଁଜି ତୋର’ ପରି ଅନେକ ଓଡିଶା ଚଳିଚିତ୍ର ସେ ନିଜ କଳାର ଜାଦୁ ଦେଖାଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories