www.samajalive.in
Sunday, December 7, 2025
23.1 C
Bhubaneswar

ଭିଡିଓରେ ଦେଖନ୍ତୁ ; ଡେରାଡୁନ୍‌ରେ ବାଦଲ ଫଟା ବର୍ଷା, ୧୦ ମୃତ

ଡେରାଡୁନ୍‌: ଡେରାଡୁନ୍‌ରେ ବିଳମ୍ବିତ ରାତିରେ ବାଦଲ ଫଟା ବର୍ଷା ପରେ ପ୍ରକୃତିର ତାଣ୍ଡବ ଦେଖାଯାଇଛି । ଏଥିରେ କିଛି ଲୋକଙ୍କ ମୃତ୍ୟୁ ହେବା ସହ କିଛି ଲୋକେ ଭାସି ଯାଇଥିବା ନେଇ ମଧ୍ୟ ସୂଚନା ମିଳିଛି । ଡେରାଡୁନ୍‌ରେ ପ୍ରବଳ ବର୍ଷା ପରେ ପ୍ରାୟ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପାଣିପାଗ ବିଭାଗ ଡେରାଡୁନ୍‌ ସମେତ ଚମୋଲୀ, ଚମ୍ପାବତ, ଉଧମସିଂହ ନଗର, ବାଗେଶ୍ୱର ଓ ନୈନୀତାଲ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ସମସ୍ତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

- Advertisement -

ଡେରାଡୁନର ଏକ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ସହସ୍ତ୍ରଧାର ଅଞ୍ଚଳର କାରଲିଗଡ଼ରେ ବିଳମ୍ବିତ ରାତିରେ ବାଦଲ ଫଟା ବର୍ଷା କାରଣରୁ ଅଞ୍ଚଳରେ ପ୍ରବଳ ସ୍ରୋତ ଆସିବାରୁ ଅନେକ ଦୋକାନ ଭାସି ଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହା ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କ ସହ କଥା ହୋଇ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତି ବିଷୟରେ ପଚାରି ବୁଝିଛନ୍ତି। ପ୍ରବଳ ବର୍ଷା ଯୋଗୁଁ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଜିଲ୍ଲା ପ୍ରଶାସନ, ଏସଡିଆରଏଫ ଏବଂ ପୁଲିସ କର୍ମଚାରୀମାନେ ବନ୍ୟା କାର୍ଯ୍ୟରେ ନିୟୋଜିତ ଅଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories