www.samajalive.in
Saturday, December 13, 2025
21.1 C
Bhubaneswar

ଦଶହରାରେ ଲଘୁଚାପ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଦଶହରାରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୬ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।

ସେ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ରୁ ପାଗ‌େ‌ର ପରିବର୍ତ୍ତନ ଆସିବ। ୨୭ ଓ ୨୮ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଲଘୁଚାପ ୨୯ରେ ପଶ୍ଚିମ ଓଡ଼ିଶା ଦେଇ ଛତିଶଗଡ଼ ଓ ନାଗପୁର ଗତି କରିବ। ୨୯ରେ ବି ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ୩୦ତାରିଖ ପରେ ପାଗ ବଦଳିବ। ୨୮ରେ ଷଷ୍ଠୀ ପୂଜା। ତେଣୁ ଷଷ୍ଠୀ ଓ ସପ୍ତମୀ ପୂଜା ସମୟରେ ବର୍ଷାର ସମ୍ଭାବନା ରହିଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ବଲାଙ୍ଗିର, ଟିଟିଲାଗଡ଼, ସୁବର୍ଣ୍ଣପୁର, ବରଗଡ଼, ନୂଆପଡ଼ା, ଭବାନୀପାଟଣା, ତାଳଚେରରେ ବର୍ଷା ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାରେ ବଜ୍ରପାତ ସହିତ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories