www.samajalive.in
Monday, December 15, 2025
24.1 C
Bhubaneswar

୨୩ରେ ମୂଳ ରତ୍ନଭଣ୍ଡାରକୁ ମହାପ୍ରଭୁଙ୍କ ଅଳଙ୍କାର ସ୍ଥାନାନ୍ତର

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୩ ତାରିଖରେ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ ମହାପ୍ରଭୁଙ୍କ ଅଳଙ୍କାର। ସେହିଦିନ ସମସ୍ତ ଅଳଙ୍କାର ସ୍ଥାନାନ୍ତର କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଯଦି ଏହା ଗୋଟିଏ ଦିନରେ ସମ୍ପନ୍ନ ନ ହୁଏ, ତେବେ ୨୪ ତାରିଖରେ ପୁନର୍ବାର ସ୍ଥାନାନ୍ତର କରାଯିବ ବୋଲି ରତ୍ନଭଣ୍ଡାର ସବକମିଟି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।

ଅଳଙ୍କାର ସ୍ଥାନାନ୍ତର ଲାଗି ଭୋର ୪ଟାରୁ ଦ୍ଵାରଫିଟା ହେବ। ଏହା ପରେ ଅମୃତ ବେଳା ଅନୁସାରେ ରତ୍ନ ସ୍ଥାନାନ୍ତର କରାଯିବ। ଏଥିପାଇଁ ଉକ୍ତ ଦିନ ସାଧାରଣ ଶ୍ରଦ୍ଧାଳୁଙ୍କ ଦର୍ଶନ ଉପରେ କଟକଣା ରହିବ। ସମସ୍ତ ଅଳଙ୍କାର ସ୍ଥାନାନ୍ତର କରାଯିବା ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ତାଲା ପକାଯିବ। ଏହା ପରେ ସେହି ଚାବିକୁ ଟ୍ରେଜେରିରେ ଦାଖଲ କରାଯିବ। ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଉପରେ ପରିଚାଳନା କମିଟି ନିଷ୍ପତ୍ତି ନେବ ବୋଲି ପାଢ଼ୀ କହିଛନ୍ତି। ଗଣତି ମଣତି ସମୟରେ ୧୯୭୮ ମସିହା ରତ୍ନ ଅଳଙ୍କାର ତାଲିକା ସହିତ ମେଳକ କରାଯିବ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories