ଭୁବନେଶ୍ବର: ରାଜ୍ୟର ଚାନ୍ଦବାଲି, ଭୁବନେଶ୍ବର, ଅନୁଗୋଳ, ବାରିପଦା, ସୁନ୍ଦରଗଡ଼, ବୌଦ୍ଧ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ଥିବାରୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବଜ୍ରପାତ ସହିତ ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
Popular Categories



