www.samajalive.in
Monday, December 8, 2025
24.1 C
Bhubaneswar

ଆସନ୍ତାକାଲି ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର : ଗୁରୁବାର ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହୋଇଛି। ବାଚସ୍ପତି ସୁରମା ପାଢୀ ବିଧାନସଭାର ଗୃହ କାର୍ଯ୍ୟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଯାଏଁ ମୁଲତବୀ ଘୋଷଣା କରିଛନ୍ତି। ମୌସୁମୀ ଅଧିବେଶନର ଆରମ୍ଭରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଆଜି ପ୍ରଥମ ଦିନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ଓଡ଼ିଶା ପୁଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବ ପରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାରେ ଶୋକ ପ୍ରସ୍ତାବ ନେଇ ନିଜ ନିଜର ମତ ରଖିଥିଲେ । ସମସ୍ତେ ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମନେ ପକାଇ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଥିଲେ । ଗୃହରେ ୧ମିନିଟ ପାଇଁ ନିରବ ପ୍ରାର୍ଥନା କରାଯାଇଛି । ଆଜିଠାରୁ ଆରମ୍ଭ ହୋଇଥିବା ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ୨୬ତାରିଖ ଯାଏଁ ଚାଲିବ । ଏହି ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି ।

ସେପ୍ଟେମ୍ବର ୨୧ରେ ସୂର୍ଯ୍ୟପରାଗ.. ଜାଣନ୍ତୁ ଭାରତରେ ଦୃଶ୍ୟମାନ କି ନୁହେଁ: କେଉଁ ରାଶି ପାଇଁ ଅତ୍ୟନ୍ତ ଶୁଭଙ୍କର, ଚାକିରି ଠାରୁ ଆରମ୍ଭ କରି ଜୀବନରେ ମିଳିବ ଅନେକ ଖୁସି..

- Advertisement -

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories