www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ଵଶୁର ଘର ଗାଁରୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଗାଁରେ ଅଘଟଣ ଘଟିଛି। ଶ୍ଵଶୁର ଘର ଗାଁରୁ ଜ୍ବାଇଁଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ସାଲେପଡ଼ା ଗାଁର ଲମ୍ବୋଦର ବାଗ ବୋଲି ଜଣାପଡିଛି। ସୂଚନା ମୂତାବକ ସାଲେପଡା ଗାଁର ଲମ୍ବୋଦର ବାଗ ଗତ ୪ ଦିନ ହେବ ନିଜ ଶ୍ଵଶୁର ଘର ଗାଁକୁ ଯାଇଥିଲେ।

ବୁଧବାର ଶ୍ଵଶୁର ଘରୁ ବାହାରିଥିଲେ। ହେଲେ ଗୁରୁବାର ସକାଳୁ ଗାଁରେ ଥିବା ଆମ୍ବ ବଗିଚାରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏ ନେଇ ତୁରନ୍ତ ପୁଲିସ୍‌ କୁ ଖବର ଦିଆଯାଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ହତ୍ୟା କି ଆତ୍ମହତ୍ୟା ଜଣାପଡିନଥିବାବେଳେ କଣ୍ଟାବାଞ୍ଜି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories