www.samajalive.in
Friday, December 5, 2025
23.1 C
Bhubaneswar

ଭିଜିଲାନ୍ସ ଜାଲରେ କାଶିପୁର ରେଞ୍ଜର

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲା କାଶୀପୁର ରେଞ୍ଜର ଅନ୍ତର୍ଜାମୀ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ ଆଜି ଭୋରରୁ ଚଢାଉ କରିଛି। କାଶୀପୁର ରେଞ୍ଜ ଅଫିସ, ବାସଭବନ ସମେତ ରାଜ୍ୟର ୯ଟି ସ୍ଥାନରେ ଚଢାଉ ଚାଲିଥିବା ଜଣାପଡିଛି। ଜୟପୁର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସର ୭ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୯ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଏବଂ ରାୟଗଡ଼ା ଜିଲର ୯ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।

କନ୍ଧମାଳ ଜିଲା ବାଲିଗୁଡ଼ା ପୈତୃକ ଘର, ଦାରିଙ୍ଗବାଡି ଶ୍ରୀନାଇକେଟାରେ ନିର୍ମିତ ଶ୍ରୀ ସାହୁଙ୍କ ଘର, ନୟାଗଡ଼ ଜିଲା କରଡାପଡା ଶ୍ବଶୁର ଘରେ, ଗଞ୍ଜାମ ଜିଲା ଭଞ୍ଜନଗର ତାଙ୍କ ସମ୍ପର୍କୀୟଙ୍କ ଘର, କୁକୁଡାଖଣ୍ଡି, କାଶୀପୁର କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ସନ୍ଧାନ ଜାରି ରହିଛି। ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ ସହ ରାୟଗଡ଼ା ଭିଜିଲାନ୍ସ ଟିମ୍ ସହାୟତାରେ ଏହି ଚଢାଉ ଜାରି ରହିଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories