www.samajalive.in
Sunday, December 7, 2025
14.1 C
Bhubaneswar

ବନ୍ଦ ଥିବା ମଦ ଦୋକାନ ଖୋଲିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ଥିବା ମଦ ଦୋକାନ ଖୋଲିବେ ରାଜ୍ୟ ସରକାର । ବନ୍ଦ ଥିବା ୭୦ଟି ମଦ ଦୋକାନ ପୁଣି ଖୋଲିବାକୁ ଅବକାରୀ ବିଭାଗ ତରଫରୁ ଅନୁମତି ଦିଆଯାଇଛି । ଏହାସହିତ ୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବା ପାଇଁ ବିଭାଗ ପାଖରେ ପ୍ରସ୍ତାବ ରହିଛି ।
ବାଲେଶ୍ୱରରେ ସର୍ବାଧିକ ୧୭ ଟି, ଗଞ୍ଜାମ ରେ ୧୦ ଟି, ନୟାଗଡ ରେ ୯ ଟି, ମୟୁରଭଞ୍ଜ ରେ ୮ ଟି, କଟକରେ ୭ ଟି, ରାଉଲକେଲାରେ ୫ ଟି, କେଉଁଝରରେ ୩ ଟି, ବ୍ରହ୍ମପୁରରେ ୪ ଟି, ବଲାଙ୍ଗୀରରେ ୨ଟି, କନ୍ଧମାଳ ରେ ୩ ଟି ଏବଂ ମାଲକାନଗିରି, ସମ୍ବଲପୁର ରେ ଗୋଟିଏ ଲେଖାଏଁ ବନ୍ଦ ଥିବା ମଦ ଦୋକାନ ଖୋଲିବେ ରାଜ୍ୟ ସରକାର ।
ସେହିପରି ପୁରୀରେ ୩ ଟି ଓ ଭୁବନେଶ୍ୱର ରେ ୧ଟି ନୂଆ ଠିପି ଖୋଲା ମଦ ଦୋକାନ  ଖୋଲିବା ପାଇଁ ବିଭାଗ ପାଖରେ ପ୍ରସ୍ତାବ ରହିଛି । ଢେଙ୍କାନାଳରେ ୨ ଟି ଏବଂ କଟକରେ ଗୋଟିଏ ମଦ କାରଖାନା ଖୋଲିବା ପାଇଁ ସରକାରଙ୍କ ପାଖରେ ପ୍ରସ୍ତାବ ଅଛି । ଆଜି ବିଧାନସଭାରେ ବିଧାୟକ ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଥିଲେ ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories