www.samajalive.in
Monday, December 8, 2025
24.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ମନ୍ତ୍ରୀ, ଡ଼ିଜିପି ଓ ପ୍ରମୁଖ ସଚିବ

ଗୋପାଳପୁର:  ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଥିବା ସହ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ଗସ୍ତ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ଯାହାକୁ ନେଇ ପ୍ରଶାସନିକ ସହ ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀଙ୍କ ସଭାର କାର୍ଯ୍ୟକ୍ରମ ରଙ୍ଗେଇଲୁଣ୍ଡା ବିମାନ ବନ୍ଦରରେ ହେବାକୁ ସ୍ଥିର ହୋଇଛି। ଶନିବାର ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଡ଼ିଜିପି ଯୋଗେଶ ବାହାଦୁର ଖୁରାନିଆ, ପୂର୍ତ୍ତ ବିଭାଗ ସଚିବ ସଞ୍ଜୟ ସିଂହ,ଏଡ଼ିଜି ସଞ୍ଜୟ କୁମାର ପ୍ରମୁଖ ବିମାନ ବନ୍ଦର ପଡ଼ିଆରେ ପହଞ୍ଚି ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ, ପାର୍କିଂ, ଟ୍ରାଫିକ ବ୍ୟବସ୍ଥା ତଦାରଖ କରିଥିଲେ। ଏହା ସହିତ ସଭାସ୍ଥଳ ମଧ୍ୟ ପରିଦର୍ଶନ କରିଥିଲେ। ତଦାରଖ ବେଳେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାଷନ, ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର, ବ୍ରହ୍ମପୁର ଏସପି ଡ଼. ଶ୍ରବଣା ବିବେକ ଏମ, ବିଏମସି କମିଶନର ପ୍ରଥମେଶ ରାଜଶିର୍କେଙ୍କ ସମେତ ବିଭିନ୍ନ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories