www.samajalive.in
Monday, December 8, 2025
24.1 C
Bhubaneswar

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ !

ବଲାଙ୍ଗୀର : କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି ।  ସୂଚନା ଅନୁସାରେ ଜୁନାଗଡ ବ୍ଲକ ମକରସୋଲା ଗାଁର ଦୈମତି ଭୋଈଙ୍କୁ ୪ ଦିନ ହେବ ଜ୍ବର ହେଉଥିଲା। ଜ୍ବର ବଢିବାରୁ ସନ୍ଧ୍ୟା ସମୟରେ ତାଙ୍କୁ ପରିବାର ଲୋକେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେତେବେଳେ କୌଣସି ଡ଼ାକ୍ତର ନଥିବା ବେଳେ ନର୍ସ ମାନେ ସାଲାଇନ୍ ଦେଇଥିଲେ। କିନ୍ତୁ ରକ୍ତ ପରୀକ୍ଷା ଏବଂ ଅଧିକ ଚିକିତ୍ସା ପାଇଁ ଡ଼ାକ୍ତରଖାନାରେ ଗୋଟାଏ ସ୍ଥାନରୁ ଅନ୍ୟ ସ୍ଥାନକୁ ତାଙ୍କୁ ଦୌଡିବାକୁ ପଡ଼ିଥିଲା। ସେଇ ସମୟ ମଧ୍ୟରେ ଚିକିତ୍ସା ଅଭାବରୁ ଝିଅ ର ମୃତ୍ୟୁ ହେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଖବର ପାଇ ଟାଉନ୍ ଥାନା ପୁଲିସ୍‌ ଘଟଣାସ୍ଥଳକୁ ଆସି ଲୋକଙ୍କୁ ବୁଝାସୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories