www.samajalive.in
Sunday, December 7, 2025
15.1 C
Bhubaneswar

ବ୍ରହ୍ମପୁର ବଦଳରେ ଝାରସୁଗୁଡାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ !

ଭୁବନେଶ୍ଵର: ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇଥାନ୍ତେ। ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ ।

ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ ।  ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । କିନ୍ତୁ କୌଣସି ଅଫିସିଆଲ ନିର୍ଦ୍ଦେଶ ଆସିନଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବର୍ଷା ସମ୍ଭାବନାକୁ ନେଇ ସେ ଗସ୍ତ ଏବେ ଘୁଞ୍ଚିଯାଇପାରେ। ବ୍ରହ୍ମପୁର ବଦଳରେ ଝାରସୁଗୁଡାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories