www.samajalive.in
Sunday, December 7, 2025
23.1 C
Bhubaneswar

ଆସନ୍ତାକାଲି ରତ୍ନଭଣ୍ଡାର ସ୍ଥାନାନ୍ତର; ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ  । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଏଥିପାଇଁ  ସେପ୍ଟେମ୍ବର ୨୩ ତାରିଖରେ ସକାଳ ୧୦ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ  । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ  ।
ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ  । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ  । ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories