www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହୋହାଲ୍ଲା; ଗୃହ ୪ଟା ଯାଏଁ ମୁଲତବୀ

ସମାଜ ଡିଜିଟାଲ ଡେସ୍କ: ବିଧାନସଭା ମୌସୁମୀ ଅଧିବେଶନର ସୋମବାର ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟ ହୋହାଲ୍ଲା କରିଛନ୍ତି । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଓ ବିଜେଡି ବିଧାୟକ ମାନେ ପ୍ଲାକାର୍ଡ, ପୋଷ୍ଟର ଧରି ଗୃହର ମଧ୍ୟଭାଗରେ ପ୍ରବଳ ହଟ୍ଟଗୋଳ କରିଥିଲେ । ବାଚସ୍ପତି ସୁରମା ପାଢୀ ବାରମ୍ବାର ବିରୋଧୀ ବିଧାୟକ ମାନଙ୍କୁ ବୁଝାଇବା ସହ ନିଜ ଆସନରେ ବସିବାକୁ ନିବେଦନ କରିଥିଲେ । ହେଲେ ବିରୋଧୀ ସଦସ୍ୟମାନେ ବାଚସ୍ପତିଙ୍କ କୌଣସି କଥାକୁ ଖାତିର କରିନଥିଲେ ।
ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ଅନାସ୍ଥା ନଆଣିବାକୁ ଫନ୍ଦି କରିବା ଅଭିଯୋଗରେ କଂଗ୍ରେସ ବିଧାୟକମାନେ ନାରାବାଜି କରିଥିବା ବେଳେ ବିଜେଡି କିନ୍ତୁ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ କରିବା ପ୍ରସଙ୍ଗ ଉଠାଇ ପ୍ରତିବାଦ କରିଥିଲା । ଫଳରେ ଗୃହ ମାତ୍ର ୭ମିନିଟ୍‍ ଚାଲିବା ପରେ ବଚସ୍ପତି ଗୃହ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories