www.samajalive.in
Saturday, December 13, 2025
21.1 C
Bhubaneswar

ଭୁଲ୍‌ ମେଡିସିନ୍‌ରୁ ଶିଶୁ ମୃତ୍ୟୁ ! ମେଡିକାଲରେ ଉତ୍ତେଜନା

ଭୁବନେଶ୍ଵର :ଶିଶୁ ମୃତ୍ୟୁକୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା ଦେଖିବାକୁ ମିଳିଛି। ଭୁଲ ମେଡିସିନ୍ ଯୋଗୁଁ ଶିଶୁଟିର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ରବିବାର ରାତିରେ ଶିଶୁଟିର ସ୍ଵାସ୍ଥ୍ୟ ଖରାପ ହେବାରୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। ତେବେ ହସ୍ପିଟାଲରେ ସେତେବେ​‌େ​‌ ଡ୍ୟୁଟିରେ ଥିବା ଡାକ୍ତର ମେଡିସିନ୍ ଦେଇଥିଲେ। ଏହାପରେ ଶିଶୁ ଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ତେବେ ଶିଶୁଟିର ମୃତ୍ୟୁ ହେବା ପରେ ଚିକିତ୍ସା କରିଥିବା ଡାକ୍ତର ସେଠାରୁ ଚାଲିଯାଇଥିଲେ। ପରେ ଯେଉଁ ଡାକ୍ତର ଆସିଥିଲେ ଭୁଲ ମେଡିସିନ୍ ରୁ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ କହିଥିଲେ ବୋଲି ଅଭିଯୋଗ ହୋଇଛି। ଏହାକୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ସେପଟେ ଏହି ଘଟଣାରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories