www.samajalive.in
Friday, December 5, 2025
20.1 C
Bhubaneswar

ଭ୍ୟାନ୍‌ ଧକ୍କାରେ ବାପା, ପୁଅ ମୃତ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ନୂଆଦେହେଲି ନିକଟରେ ଭ୍ୟାନ୍ ଧକ୍କାରେ ବାପା ଏବଂ ୬ ବର୍ଷର ପୁଅର ମୃତ୍ୟୁ ହୋଇଛି। ମାଆ ଏବଂ ୧୨ ବର୍ଷର ଝିଅ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ସୋମବାର ସକାଳେ ବାପା, ମାଆ, ପୁଅ ଏବଂ ଝିଅ ୪ ଜଣ ଏକ ବାଇକ୍ ରେ ଆସୁଥିବାବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଭ୍ୟାନ୍ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାପା ଏବଂ ପୁଅର ମୃତ୍ୟୁ ହୋଇଥିବାବେଳେ ମାଆ ଏବଂ ଝିଅ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ନର୍ଲା ମେଡିକାଲରେ ଭର୍ତ୍ତି କରିଛନ୍ତି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories