www.samajalive.in
Monday, December 8, 2025
13.1 C
Bhubaneswar

୫୧୦୦କୋଟି ଟଙ୍କାର ଉପହାର ଦେଲେ ପ୍ରଧାନମନ୍ତ୍ରୀ: କଂଗ୍ରେସ ଉପରେ ବର୍ଷିଲେ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅରୁଣାଚଳ ପ୍ରଦେଶ ଗସ୍ତରେ ଯାଇ ରାଜଧାନୀ ଇଟାନଗରରେ ୫୧୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିରେ ସିଓମ ଉପ-ବେସିନରେ ବିକଶିତ ହେବାକୁ ଥିବା ହିଓ ଜଳବିଦ୍ୟୁତ ପ୍ରକଳ୍ପ ଏବଂ ଟାଟୋ-୧ ଜଳବିଦ୍ୟୁତ ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି । ମୋଦୀ ତାୱାଙ୍ଗଠାରେ ୧୨୯୦କୋଟି ଟଙ୍କା ମୂଲ୍ୟର ଏକ ଅତ୍ୟାଧୁନିକ ସମ୍ମିଳନୀ କେନ୍ଦ୍ର ଏବଂ ଅନ୍ୟାନ୍ୟ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୧୫୦୦ ଦର୍ଶକ ବସିବା ବ୍ୟବସ୍ଥା ଥିବା ଏହି ସେଣ୍ଟରରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ସମ୍ମିଳନୀ ଆୟୋଜିତ ହୋଇପାରିବ ।

ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଟାନଗରରେ ସାଧାରଣ ସଭାକୁ ସମ୍ବୋଧିତ କରି କହିଛନ୍ତି ଯେ ମୋର ଅରୁଣାଚଳ ପ୍ରଦେଶ ଗସ୍ତ ସ୍ୱତନ୍ତ୍ର ହୋଇଛି । ନପରାତ୍ରିର ପ୍ରଥମ ଦିନରେ ମୁଁ ଏତେ ସୁନ୍ଦର ପର୍ବତ ଦେଖିବାକୁ ପାଇଲି । ଆଜି ପରବର୍ତ୍ତୀ ପିଢିର ଜିଏସଟି ସଂସ୍କାର କାର୍ଯ୍ୟକାରୀ ହୋଇଛି । ଜିଏସଟି ସଞ୍ଚୟ ମହୋତ୍ସବ ଆରମ୍ଭ ହୋଇଛି । ଅରୁଣାଚଳ ପ୍ରଦେଶକୁ ଶକ୍ତି, ସ୍ୱାସ୍ଥ୍ୟ, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ ଅନେକ କ୍ଷେତ୍ରରେ ପ୍ରକଳ୍ପ ପ୍ରଦାନ କରାଯାଇଛି ।
ଏଠାରେ ମୋଦୀ କଂଗ୍ରେସ ଉପରେ ବର୍ଷିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କଂଗ୍ରେସ ଦଳର ବିଚାରଧାରା ଅରୁଣାଚଳ ପ୍ରଦେଶ ଏବଂ ସମଗ୍ର ଉତ୍ତର-ପୂର୍ବାଞ୍ଚଳକୁ ବହୁତ କ୍ଷତି ପହଞ୍ଚାଇଛି । ସେ ଆହୁରି ମଧ୍ୟ କହିଥିଲେ ଯେ ମୋଦୀ ସେମାନଙ୍କୁ ପୂଜା କରନ୍ତି, ଯାହାକୁ କେହି ପଚାରି ନାହାଁନ୍ତି ।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories