www.samajalive.in
Sunday, December 7, 2025
26.1 C
Bhubaneswar

ଭ୍ୟାନ୍‌ ଧକ୍କାରେ ବାପା-ପୁଅ, ଝିଅ ମୃତ, ମାଆ ଗୁରୁତର

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ନୂଆଦେହେଲି ନିକଟରେ ଭ୍ୟାନ୍ ଧକ୍କାରେ ବାପା, ୬ ବର୍ଷର ପୁଅ ଏବଂ ୧୨ ବର୍ଷର ଝିଅର ମୃତ୍ୟୁ ଘଟିଛି। ମାଆଙ୍କୁ ଗୁରୁତର ଅବସ୍ଥାରେ ନର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ସୋମବାର ସକାଳେ ବାପା, ମାଆ, ପୁଅ ଏବଂ ଝିଅ ୪ ଜଣ ଏକ ବାଇକ୍ ରେ ଆସୁଥିବାବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଭ୍ୟାନ୍ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାପା ଏବଂ ପୁଅର ମୃତ୍ୟୁ ହୋଇଥିବାବେଳେ ମାଆ ଏବଂ ଝିଅଙ୍କୁ ଗୁରୁତର ଅବସ୍ଥାରେ ନର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁତର ଝିଅର ମୃତ୍ୟୁ ଘଟିଥିଲା। ମାଆଙ୍କର ଚିକିତ୍ସା ବର୍ତ୍ତମାନ ଜାରି ରହିଛି। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories