www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର: ୧୦ଟାରୁ ଦର୍ଶନ ବନ୍ଦ

ପୁରୀ: ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆଜି ସ୍ଥାୟୀ ରତ୍ନଭଣ୍ଡାରକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ  । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏଥିପାଇଁ  ଆଜି  ସକାଳ ୧୦ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ  । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ  ।

ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ  । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ  । ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।

- Advertisement -

 

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories