www.samajalive.in
Friday, December 5, 2025
26.1 C
Bhubaneswar

ଯୋଡା ଲଘୁଚାପ : ୨୮ ଯାଏ ବର୍ଷା

ଭୁବନେଶ୍ବର: ଉତ୍ତର-ପୂର୍ବ  ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମ୍ପୃକ୍ତ ଲଘୁଚାପ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଅନ୍ୟପଟେ ଆସନ୍ତା ୨୫ତାରିଖ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ପାଖାପାଖି ୨୬ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତ ରୂପ ନେଇପାରେ। ୨୭ତାରିଖ ବେଳକୁ ଅବପାତ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କୌଣସି ସ୍ଥାନରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯୋଡ଼ା ଲଘୁଚାପ ପ୍ରଭାବରେ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବ। କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପ୍ରତି ସତର୍କ ରହିବାକୁ ସମସ୍ତ ଜିଲାପାଳ ଏବଂ ଜନସାଧାରଣଙ୍କୁ  ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।
ରାଜ୍ୟର ବିଭିନ୍ନ ଅଞ୍ଚଳରେ  ତୁହାକୁ ତୁହା ବର୍ଷା ହୋଇଛି। ସୋମବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ଭିତରେ କୋରାପୁଟରେ ସବୁଠୁ ଅଧିକ ୮୦.୮ମି.ମି. ବର୍ଷା ହୋଇଛି। ସମ୍ବଲପୁର ୩୯.୨,  ଟିଟିଲାଗଡ଼ ୩୯, ଭଦ୍ରକ ୩୭, ବୌଦ୍ଧ ୨୦, ମାଲକାନଗିରି ୧୪.୬, ବଲାଙ୍ଗିର ୨୪ ଏବଂ ଅନୁଗୋଳ ୧୫ ମି.ମି. ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ  ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କେତେକ ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ।  ଦେବଗଡ଼,  କେନ୍ଦୁଝର,  ମୟୂରଭଞ୍ଜ,  ଝାରସୁଗୁଡ଼ା,  ଅନୁଗୋଳ,  ବୌଦ୍ଧ,  ସୁବର୍ଣ୍ଣପୁର,  ମାଲକାନଗିରି,  କୋରାପୁଟ,  ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼,  ଢେଙ୍କାନାଳ,  ନୂଆପଡ଼ା,  ବଲାଙ୍ଗିର,  କନ୍ଧମାଳ, ରାୟଗଡ଼ା,  ବାଲେଶ୍ବର,  ଭଦ୍ରକ,  ଯାଜପୁର,  କେନ୍ଦ୍ରାପଡ଼ା,  କଟକ,  ଜଗତସିଂହପୁର,  ପୁରୀ,  ଖୋର୍ଦ୍ଧା,  ନୟାଗଡ଼,  ଗଞ୍ଜାମ ଏବଂ ଗଜପତି ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories