www.samajalive.in
Sunday, December 14, 2025
26.1 C
Bhubaneswar

ଓଡ଼ିଆରେ ନାମଫଳକ ଲେଖି ନ ଥିବା ୧୦୦ ବ୍ୟାବସାୟିକ ପ୍ରତିଷ୍ଠାନ ବିରୋଧରେ ରୁଜୁ ହୋଇଛି ମାମଲା: ଶ୍ରମ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଓଡ଼ିଆରେ ନାମଫଳକ ଲେଖିବାକୁ ବ୍ୟାବସାୟିକ ପ୍ରତିଷ୍ଠାନଗୁଡ଼ିକୁ ନିର୍ଦେଶ ରହିଛି। ହେଲେ ଏହାକୁ କେହି କଡ଼ାକନି ଭାବେ ପାଳନ କରୁନାହାନ୍ତି। ତେଣୁ ଆଇନ ଉଲ୍ଲଂଘନକାରୀ ୧୦୦ଟି ବ୍ୟାବସାୟିକ ପ୍ରତିଷ୍ଠାନ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବୋଲି ମଙ୍ଗଳବାର ବିଧାନସଭାରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂହ ଖୁଣ୍ଟିଆ ସୂଚନା ଦେଇଛନ୍ତି।

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ କହିଥିଲେ, ଆଇନ ଖିଲାପକାରୀ ୧୦୦ ବ୍ୟାବସାୟିକ ପ୍ରତିଷ୍ଠାନର ମାଲିକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ସେଗୁଡ଼ିକ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩୮ ମାମଲା ରୁଜୁ ହୋଇଛି। ଏହାବ୍ୟତୀତ ଚଳିତ ଆର୍ଥିକ ବର୍ଷରେ ମୋଟ ୨୮୫୧ ବ୍ୟାବସାୟିକ ପ୍ରତିଷ୍ଠାନର ନାମଫଳକ ନିରୀକ୍ଷଣ କରାଯାଇଛି। ତନ୍ମଧ୍ୟରୁ ୧୬୦୬ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖାଯାଇ ନ ଥିବାରୁ ସେଗୁଡ଼ିକର ମାଲିକମାନଙ୍କୁ କାରଣଦର୍ଶାଅ ନୋଟିସ ଜାରି କରାଯାଇଛି। ଝାରସୁଗୁଡ଼ାରେ ୨୩୭ ଏବଂ ଖୋର୍ଦ୍ଧାର ୨୦୧ ବ୍ୟାବସାୟିକ ପ୍ରତିଷ୍ଠାନକୁ କାରଣଦର୍ଶାଅ ନୋଟିସ ଜାରି କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories