www.samajalive.in
Saturday, December 6, 2025
23.1 C
Bhubaneswar

ଅଜଣା ଟ୍ରାକ୍ଟର ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ

କଲମପୁର: କଲମପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ଏକ ଅଜଣା ଟ୍ରାକ୍ଟର ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି ବଡକୁଟୃ ଗ୍ରାମର ଅଖିଳ ଚନ୍ଦ୍ର ଦାସଙ୍କ ପୁଅ ଜିତେନ୍ଦ୍ର (ସିଲୁ)। ସିଲୁ କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତା ଦେଇ ନିଜ ଗାଁକୁ ଫେରୁଥିବା ବେଳେ ପଣ୍ଡିଗାଁ ଗୌନ୍ତିଆପଡା ପ୍ରାଥମିକ ବିଦ୍ୟାଳୟ ନିକଟରେ ବିପରିତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଇ ରାସ୍ତାରେ ଛିଟିକି ପଡ଼ିଥିଲେ। କଲମପୁର ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ମୃତ ଘୋଷଣା କରିଥିଲେ। କଲମପୁର ପୁଲିସ ଥାନା ଓ ଶିବ ଶଙ୍କର ମହାନ୍ତି ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିଥିଲେ। ପରିବାର ଲୋକ ଦୁର୍ଘଟଣା ସମ୍ବନ୍ଧରେ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories