www.samajalive.in
Monday, December 8, 2025
24.1 C
Bhubaneswar

ସମ୍ବଲପୁରରେ ୧୮୦ ମି.ମି ବର୍ଷା ରେକର୍ଡ

ସମ୍ବଲପୁର :  ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ସମ୍ବଲପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ୧୨ ଘଣ୍ଟାରେ ୧୮୦ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା କାରଣରୁ ଘରେ ବାହାରେ ସବୁଠି ଆଣ୍ଠୁଏ ଆଣ୍ଠୁଏ ପାଣି ଜମିଛି। ସବୁଠି ଜଳବନ୍ଦୀ ପରିସ୍ଥିତି ଯୋଗୁଁ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରପୀଡିତ ଲୋକଙ୍କ ପାଇଁ ଗୋଟିଏ ଅସ୍ଥାୟୀ ରିଲିଫ୍ କେନ୍ଦ୍ର ଖୋଲାଯାଇଥିବା ଜିଲ୍ଲାପାଳ କହିଛନ୍ତି।

ଜଗନ୍ନାଥ କଲୋନୀ ରାସ୍ତାରେ ପାଣି ଲହଡ଼ି ଭାଙ୍ଗୁଛି । ସାକ୍ଷୀପଡ଼ାରୁ ଜଗନ୍ନାଥ କଲୋନୀକୁ ସଂଯୋଗ କରୁଥିବା ଅଣ୍ଡରପାସ୍‌ରେ ମଧ୍ୟ ଆଣ୍ଠୁଏ ଉଚ୍ଚର ପାଣି ଜମିଛି । ଯଦି ବର୍ଷା ଲାଗି ରହେ ବିଭିନ୍ନ ଘରକୁ ପାଣି ପଶିବାର ଆଶଙ୍କା କରାଯାଉଛି । ସେହିପରି ଦାନୀପାଲି ଅଞ୍ଚଳରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ଡ୍ରେନେଜ୍‌ ବ୍ୟବସ୍ଥା ଠିକ୍ ନଥିବାରୁ ଏପରି ପରିସ୍ଥିତି ଉପୁଜିଥିବା ଅଭିଯୋଗ ହୋଇଛି।

- Advertisement -

ସେପଟେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଆଜି ଆଉ ୪ଟି ଗେଟ୍‍ ଖୋଲାଯାଇଛି । ବର୍ତ୍ତମାନ ମୋଟ ୮ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଗେଟ୍‍ ଗୁଡିକ ପର୍ଯ୍ୟାୟକ୍ରମେ ଖୋଲାଯାଉଛି । ବାମ ପାଶ୍ୱର୍ରୁ ୫ଟି ଏବଂ ଡାହାଣ ପାଶ୍ୱର୍ରୁ ୩ଟି ଗେଟ୍‍ ଖୋଲାଯାଇଥିବା ସୂଚନା ମିଳିଛି ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories