www.samajalive.in
Sunday, December 7, 2025
18.1 C
Bhubaneswar

ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଭୂମି ପ୍ରମାଣପତ୍ର ବଣ୍ଟନ

ପିପିଲି : ଓଡିଶା ସରକାରଙ୍କ ଜାଗା ମିଶନ ଜରିଆରେ ଭୂମିହୀନ ବସ୍ତିବାସିନ୍ଦାଙ୍କ ପାଇଁ ଭୂମି ଅଧିକାର ଅନୁଯାଇ ପିପିଲି ପୌରାଞ୍ଚଳର ୯୦ଜଣ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଶୁକ୍ରବାର ଭୂମି ପ୍ରମାଣପତ୍ର ବଣ୍ଟନ କରାଯାଇଛି। ଏହି ଅବସରରେ ପୌର ଅତିଥି ଭବନ ନିକଟରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସ୍ଥାନୀୟ ବିଧାୟକ ପ୍ରଦୀପ ମହାରଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ନବୀନ ସରକାରଙ୍କ ବିଭିନ୍ନ ଜନହିତକାରୀ ଯୋଜନା ସମ୍ପର୍କରେ ଆଲୋକପାତ କରିବା ସହ ପିପିଲି ପୌରାଞ୍ଚଳରେ ହୋଇଥିବା ଓ ହେବାକୁ ଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ସରକାରଙ୍କ ଏହି ଯୋଜନାରେ ଜମି ପାଇଥିବା ବ୍ୟକ୍ତିଙ୍କୁ ପକ୍କାଘର ଯୋଗାଇ ଦେବା ପାଇଁ ସେ ପ୍ରତିଶୃତି ପ୍ରଦାନ କରିବା ସହ ପୌରାଞ୍ଚଳର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନର ଉନ୍ନତି କରାଯିବ ବୋଲି କହିଥିଲେ। ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନା ନିଜ ବକ୍ତବ୍ୟରେ ପୌରାଞ୍ଚଳରେ ହେବାକୁ ଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ସୂଚନା ଦେବା ସହ ପୌରାଞ୍ଚଳର ଉନ୍ନତି ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପିପିଲି ବ୍ଲକର ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ପୂର୍ବତନ ଜିଲା ପରିଷଦ ସଭ୍ୟ କିଶୋର ଛୋଟରାୟ, ବ୍ଲକ ଆତ୍ମା କମିଟିର ଅଧ୍ୟକ୍ଷ ଧରଣୀଧର ସାହୁ, ଆଇନଜୀବୀ ଶ୍ରୀଧର ପ୍ରଧାନ, ବରିଷ୍ଠ ନେତା ଶରତ ବାରିକ, ଯୁବନେତା ଆବିଦ ଉଦ୍ଦିନ, ଅଜୟ ମହାରଣା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ନରସିଂହପୁର, ଶିରିଆପୁର, ମଢିଆଳି(ଜୟପୁର କିଲ୍ଲା) ଓ ଖଣ୍ଡିଆଗିରି ୱାର୍ଡର ୧୮୦ଜଣ ଭୂମିହୀନ ବସ୍ତିବାସିନ୍ଦାଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୦ଜଣ ଭୂମିହୀନଙ୍କୁ ଜମି ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା। ଏଥିସହ ପୌରାଞ୍ଚଳର ୪୦ଜଣ ବିଜୁ ଯୁବ ବାହିନୀ ସଦସ୍ୟଙ୍କୁ ସ୍ମାର୍ଟଫୋନ ବଣ୍ଟନ କରାଯାଇଥିଲା।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories