www.samajalive.in
Friday, December 5, 2025
26.1 C
Bhubaneswar

ଭାରସାମ୍ୟ ହରାଇ ଗଛକୁ ପିଟିଲା ଟିପ୍ପର: ୨ ମୃତ ,ଜଣେ ଗୁରୁତର

ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଭାଲେରୀ କୁଡ଼ିଆ ଗ୍ରାମ ମୁଖ୍ୟ ରାସ୍ତାରେ ଏକ ଟିପ୍ପର ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଛି । ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକ ଦୁଇ ଜଣ  ହେଲେ ରାମାନାଗୁଡା ବ୍ଲକ ଅନ୍ତର୍ଗତ ଅର୍ଜୁନଗୁଡା ଗ୍ରାମର ଅଲିକ୍ଷ ପାତିକା ଓ ଅଜୟ ପାଲକା ।
ସୂଚନା ଯୋଗ୍ୟ ଯେ ଆଜି ଭୋର ସମୟରେ ଟିପ୍ପରଟି ଗୁଣପୁରରେ ବାଲି ଅନଲୋଡ କରି ଫେରିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲା । ଘଟଣାସ୍ଥଳରେ ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣଙ୍କ ମୃତ୍ୟ ଘଟିଥିବା ଡାକ୍ତର କହିଥିଲେ । ଆହତ ଚାଳକଙ୍କ ଅବସ୍‍ଥା ସଙ୍କଟାପନ୍ନ ଥିବାରୁ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା  ଗୁଣପୁର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ସନ୍ଦୀପ ସ୍ୱାଇଁ  ପ୍ରକାଶ କରିଛନ୍ତି ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories