www.samajalive.in
Friday, December 5, 2025
23.1 C
Bhubaneswar

ଗୁରୁବାର ରାଶିଫଳ: ଆର୍ଥିକ ସ୍ଥିତିରେ ମାନ୍ଦାବାସ୍ଥା ଉପୁଜିପାରେ

ମେଷ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। କୀର୍ତ୍ତି, ମର୍ତ୍ତି, ସ୍ବତ୍ବ, ସନ୍ତୋଷ ସବୁକିଛି ମିଳିବ। ସରକାରୀ ସ୍ତରରୁ ଅର୍ଥ ମିଳିପାରେ।

ବୃଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରବଳ କ୍ଷମତାର ଅଧିକାରୀ ହୋଇପାରନ୍ତି; ମାତ୍ର ସେହି କ୍ଷମତାର ବିକେନ୍ଦ୍ରୀକରଣ କରି ଲୋକପ୍ରିୟତା ଅର୍ଜନ କରିବେ। ସୁଖୀ ହେବେ।

- Advertisement -

ମିଥୁନ: ଆର୍ଥିକ ସ୍ଥିତିରେ ମାନ୍ଦାବାସ୍ଥା ଉପୁଜିପାରେ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ନିଜ ଲୋକ ବିରୋଧ କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ର, ଉଳମୟ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମନରେ ଥିବା ଅହଂଭାବକୁ ବିସର୍ଜନ କରିବେ।

ସିଂହ: ଆପଣଙ୍କ କାର୍ଯ୍ୟକଳାପ ସମାଲୋଚକଙ୍କ ମୁହଁ ବନ୍ଦ କରିଦେବ। ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁ ବିନାଶ କରିପାରନ୍ତି। ମାନସିକ ସ୍ତରରେ ଶାନ୍ତିର ବାତାବରଣ ପ୍ରବାହିତ ହେବ। ଋଣ ପରିଶୋଧ କରିବେ।

କନ୍ୟା: ଭବିଷ୍ୟ ବକ୍ତାର ପ୍ରସ୍ତୁତି ସ୍ବରୂପ ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଭିନ୍ନ ଭିନ୍ନ ସ୍ତରରୁ ଅର୍ଥାଗମର ସୂଚନା ମିଳୁଛି। ଜ୍ୟୋତିର୍ମୟ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ତୁଳା: କର୍ତ୍ତବ୍ୟନିଷ୍ଠା ଆପଣଙ୍କୁ ମହାନ୍ କରିପାରେ। ପରିଶ୍ରମ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯାନବାହନ ସୁଖ ପ୍ରାପ୍ତ ହେବେ। କୃଷି କର୍ମକାରୀ ହେବେ।

ବିଛା: ଧାର୍ମିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନ ପାଇ ପରମ ଶାନ୍ତି ଲାଭ କରିବେ। ଅଶାନ୍ତି ଦୂର ହେବ। ବ୍ୟବସାୟ ଲାଭପ୍ରଦ ହେବ।

ଧୁନ: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିମାନ୍‌ ହେବେ। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ ହେବେ। ରୂପବାନ୍‌ ହୋଇପାରନ୍ତି।

ମକର: ଆୟ ଆଶାନୁରୂପ ହେବ। ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ସୁଖୀ ରହିବେ।

କୁମ୍ଭ: ବିବାଦୀୟ ବିତର୍କରେ ଭାଗ ନନେଇ ଓହରି ଆସିପାରନ୍ତି। ସତ୍ୟ ପ୍ରତୀକ ହେବେ। ଧୀ’ମାନ୍‌ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। କର୍ମଚଞ୍ଚଳ ରହିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ମୀନ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories