କୋରାପୁଟ : କୋରାପୁଟ ନାରାୟଣପାଟଣାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ମୂତାବକ ବୁଧବାର ବିଳମ୍ବିତ ରାତିରେ ଗୋଟିଏ ବାଇକରେ ୪ ଜଣ ଏବଂ ଅନ୍ୟ ବାଇକରେ ଦୁଇ ଜଣ ବ୍ୟକ୍ତି ଆସୁଥିଲେ। ଏତିକିବେଳେ ସ୍ଥାନୀୟ ଷ୍ଟେଟ୍ ବ୍ୟାଙ୍କ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ମୃତକ ମାନେ ଗାଦାବାଗୁଡା ଗାଁର ଅଭି ମିଣିଆକା ଏବଂ ଶରତ ତାଡିଙ୍ଗି ବୋଲି ଜଣାପଡିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ନାରାୟଣପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।
Popular Categories



