www.samajalive.in
Sunday, December 7, 2025
13.1 C
Bhubaneswar

ଗଣସଫେଇ ଅଭିଯାନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଏବଂ ସେବା ପକ୍ଷ ଅବସରରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟରେ ଆୟୋଜିତ ଗଣସଫେଇ ଅଭିଯାନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଅବସରରେ ସଫେଇ କରିବା ସହ ବୃକ୍ଷରୋପଣ ମଧ୍ଯ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଲିଙ୍ଗରାଜ ମନ୍ଦିର ଭଜନ ମଣ୍ଡପ ସମ୍ମୁଖରେ ଗଣ ସଫେଇ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସ୍ୱଚ୍ଛତା ହିଁ ସେବା, ଏହାକୁ ନେଇ ବିଏମସି ପକ୍ଷରୁ ଗଣ ସଫେଇ ଅଭିଯାନ ଆୟୋଜିତ ହୋଇଛି । ଏହି ଗଣ ସଫେଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସଫେଇ କରିବା ସହ ବୃକ୍ଷରୋପଣ ମଧ୍ୟ କରିଥିଲେ । ଘରୋଇ ବର୍ଜ୍ୟର ପୃଥକୀକରଣରେ ଉନ୍ନତି ଆଣିବା ଏବଂ ପୃଥକୀକରଣକୁ ମାନି ନିୟମିତ ଓଦା ଶୁଖିଲା ବର୍ଜ୍ୟକୁ ପୃଥକ ଭାବେ ଦେଉଥିବା ପରିବାରକୁ ପ୍ରଶଂସା କରିବା ସହିତ ଅନ୍ୟମାନେ ବର୍ଜ୍ୟ ପୃଥକ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ଅକ୍ଟୋବର ୧୧ ପରେ ଏହି ରାଶିଙ୍କ ଭାଗ୍ୟ ବଦଳାଇବ ଶନି-ଶୁକ୍ରଙ୍କ ଶକ୍ତିଶାଳୀ ରାଜଯୋଗ

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories