www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରତାରଣାରୁ ଜୀବନ ହାରିଲେ ନର୍ସିଂ ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ପ୍ରେମ ପ୍ରତାରଣାରୁ ଜୀବନ ହାରିଛନ୍ତି ଜଣେ ବିଏସସି ନର୍ସିଂ ଛାତ୍ରୀ। ଘଟଣାଟି ଘଟିଛି ମାଲକାନଗିରି ଜିଲା ଏମଭି-୩୬ ଅଞ୍ଚଳରେ। ପୁରୁଷ ବନ୍ଧୁଙ୍କଠାରୁ ପ୍ରତାରଣାର ଶିକାର ହେବା ପରେ ଛାତ୍ରୀ ଜଣକ ଔଷଧ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। କିନ୍ତୁ ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯିବାରୁ ତାଙ୍କ ଜୀବନ ରକ୍ଷା ପାଇଯାଇଥିଲା।

ଗତ ବୁଧବାର ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା। ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ହେଲେ ଗୁରୁବାର ଦିନ ଛାତ୍ରୀ ଜଣକ ପୁନର୍ବାର ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଯୁବତୀ ଜଣକ ଫାଶୀ ଲଗାଇ ଝୁଲିପଡ଼ିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସେ ଭଲ ପାଉଥିବା ପୁଅ ଘରର ସମସ୍ତ ସଦସ୍ୟ ତାଙ୍କୁ ବୋହୂ କରିବାକୁ ପ୍ରତିଶ୍ରୁତି ଦେଇ ପରେ ପ୍ରତାରଣା କରିଥିବା ଛାତ୍ରୀଙ୍କ ପରିବାର ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ଯୁବକକୁ ଫାଶୀ ଦଣ୍ଡ ଦେବାକୁ ଛାତ୍ରୀଙ୍କ ବାପା ଦାବି କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories